ଆଜି ରାଜଧାନୀ ଭୁବନେଶ୍ବରରୁ ୭୪ ଜଣ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୧୪

ଆଜି ରାଜଧାନୀ ଭୁବନେଶ୍ବରରୁ ୭୪ ଜଣ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୧୪

ରାଜ୍ୟ ଖବର

ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ ୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ ୮୮ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୧୬ ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫୮ ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ବୋଲି ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି। ସେହିପରି ଆଜି ୨୧୪ ଜଣ ସୁସ୍ଥ ହୋଇଛନ୍ତି । ନୂତନ ୭୪ ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୯ ହଜାର ୩୧୦ରେ ପହଞ୍ଚିଛି । ସେହିପରି ଏବେ ସୁଦ୍ଧା ୨୭ ହଜାର ୯୫୮ଜଣ ସୁସ୍ଥ ହୋଇଥିବାବେଳେ ୧୬୮ଜଣଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ବର ମହାନଗରରେ ଏବେବି ୧ ହଜାର ୧୬୩ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।