ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ ୬୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ ୬୮ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୧୪ ଜଣ କ୍ବାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୫୪ ଜଣ ଲୋକାଲ କଣ୍ଟାକ୍ଟ କେସ୍ ବୋଲି ବିଏମ୍ସି ଟୁଇଟ୍ ଯୋଗେ ସୂଚନା ଦେଇଛି। ସେହିପରି ଆଜି ୧୧୫ ଜଣ ସୁସ୍ଥ ହୋଇଛନ୍ତି । ନୂତନ ୬୮ ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୯ ହଜାର ୫୨୨ରେ ପହଞ୍ଚିଛି । ସେହିପରି ଏବେ ସୁଦ୍ଧା ୨୮ ହଜାର ୩୯୫ଜଣ ସୁସ୍ଥ ହୋଇଥିବାବେଳେ ୧୭୫ଜଣଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ବର ମହାନଗରରେ ଏବେବି ୯୩୧ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।
