ରାଜ୍ୟରେ ଆଉ ପାଞ୍ଚ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ରାଜ୍ୟରେ ଆଉ ପାଞ୍ଚ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ରାଜ୍ୟ ଖବର

ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ଦେଖାଦେଇଛି । ରାଜ୍ୟରେ ଆଉ ପାଞ୍ଚ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୭୪୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ପୁରୀରୁ ସର୍ବାଧିକ ୩ ଜଣ କରୋନା ରୋଗୀ ଆଖି ବୁଜିଥିବାବେଳେ ଖୋର୍ଦ୍ଧା ଓ ଜଗତସିଂହପୁରର ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ୬୮ ବର୍ଷୀୟ ପୁରୁଷ ଓ ଜଗତସିଂହପୁରରୁ ୩୯ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବାବେଳେ ପୁରୀରୁ ୭୮ ବର୍ଷୀୟ ପୁରୁଷ, ୩୬ ବର୍ଷୀୟ ପୁରୁଷ ଓ ୬୫ ବର୍ଷୀୟ ମହିଳାଙ୍କର ମୃତ୍ୟୁ ହୋଇଛି ।