ମହିଳା, ଶିଶୁ ସୁରକ୍ଷା ପାଇଁ ସ୍ୱତନ୍ତ୍ର ପୋଲିସ ଶାଖା

ମହିଳା, ଶିଶୁ ସୁରକ୍ଷା ପାଇଁ ସ୍ୱତନ୍ତ୍ର ପୋଲିସ ଶାଖା

ରାଜ୍ୟ ଖବର

ଭୁବନେଶ୍ୱର: ମହିଳା , ଶିଶୁ ସୁରକ୍ଷା ପାଇଁ ସ୍ୱତନ୍ତ୍ର ପୋଲିସ ଶାଖା ନିମନ୍ତେ ପଦବୀ ମଂଜୁର ହୋଇଛି । ଶିଶୁ ଓ ମହିଳା ମାନଙ୍କ ସୁରକ୍ଷା ଉପରେ ରାଜ୍ୟ ସରକାର ସର୍ବୋଚ୍ଚ ପ୍ରାଥମିକତା ଦେଇଆସିଛନ୍ତି । ମହିଳା ଓ ଶିଶୁ ମାନଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ତଥା ସେ ସଂକ୍ରାନ୍ତୀୟ ଅପରାଧକୁ ଯେପରି ଫଳପ୍ରଦ ଭାବରେ ରୋକାଯାଇପାରିବ ଏବଂ ଅଭିଯୋଗର ଉଚିତ ଭାବରେ ତଦନ୍ତ କରାଯାଇପାରିବ, ତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏଥି ନିମନ୍ତେ ରାଜ୍ୟ ପୋଲିସରେ ଏକ ସ୍ବତନ୍ତ୍ର ଶାଖା ଖୋଲିବା ପାଇଁ ଘୋଷଣା କରିଥିଲେ । ମୁଖ୍ୟମନ୍ତ୍ରୀ ଆଜି ଏହି ସ୍ବତନ୍ତ୍ର ଶାଖା ପାଇଁ ୬୨ଟି ବିଭିନ୍ନ ପଦବୀ ମଂଜୁର କରିଛନ୍ତି । ଏଥିରେ ପୋଲିସ ବିଭାଗର 60ଟି ପଦବୀ ସହିତ Cyber Forensic ଏବଂ IT ବିଶେଷଜ୍ଞ ପାଇଁ ୨ଟି ପଦବୀକୁ ମଧ୍ୟ ମଂଜୁର କରାଯାଇଛି। ଜଣେ ଆଇ.ଜି ପାହ୍ୟାର ଅଧିକାରୀଙ୍କ ନେତୃତ୍ବରେ ଏହି ଶାଖା ପରିଚାଳିତ ହେବ । ଏଥିରେ ଦୁଇ ଜଣ ଅତିରିକ୍ତ ଏସ୍.ପି, ୧୦ ଜଣ ଡ଼ି.ଏସ୍.ପି, ୯ ଜଣ ଇନ୍ସପେକ୍ଟର, ୧୦ ଜଣ ସବ୍ ଇନ୍ସପେକ୍ଟର, ୮ ଜଣ ଏ.ଏସ୍.ଆଇ ଓ ୧୪ ଜଣ କନେଷ୍ଟବଳଙ୍କୁ ନିୟୋଜିତ କରାଯିବ। ଏହା ସହିତ ୫ଜଣ ministerial staff ପଦବୀକୁ ମଧ୍ୟ ମଂଜୁର କରାଯାଇଛି ।