ଫେବ୍ରୁଆରୀ ୧୪ରୁ ଆରମ୍ଭ ହେବ କରୋନା ଟିକାର ଦ୍ୱିତୀୟ ଡୋଜ

ଫେବ୍ରୁଆରୀ ୧୪ରୁ ଆରମ୍ଭ ହେବ କରୋନା ଟିକାର ଦ୍ୱିତୀୟ ଡୋଜ

ରାଜ୍ୟ ଖବର

ଭୁବନେଶ୍ୱର : ଆସନ୍ତା ଫେବ୍ରୁଆରୀ ୧୪ରୁ ଆରମ୍ଭ ହେବ କରୋନା ଟିକାର ଦ୍ୱିତୀୟ ଡୋଜ। ଜାନୁଆରୀ ୧୬ରେ ପ୍ରଥମ ଡୋଜ ନେଇଥିବା ସମସ୍ତ ସ୍ୱାସ୍ଥ୍ୟକର୍ମୀଙ୍କୁ ଫେବ୍ରୁଆରୀ ୧୪ରୁ ଦ୍ୱିତୀୟ ଡୋଜ ଦିଆଯିବ। ପ୍ରଥମ ପର୍ଯ୍ୟାୟରେ ଯେଉଁ ୧ଲକ୍ଷ ୯୨ ହଜାର ଟିକାକରଣ କରାଯିବାକୁ ଲକ୍ଷ୍ୟ ରଖାଯାଇଥିଲା ତାହା ଆଜି ସମ୍ପୂର୍ଣ୍ଣ ହୋଇପାରେ । ଆସନ୍ତା ଫେବ୍ରୁଆରୀ ୧୦ସୁଦ୍ଧା ରାଜ୍ୟର ସମସ୍ତ ୩ ଲକ୍ଷ ୫୦ହଜାର ସ୍ୱାସ୍ଥ୍ୟକର୍ମୀଙ୍କୁ ପ୍ରଥମ ଡୋଜ୍ କୋଭିଡ୍ ଟିକା ଦେବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ତେବେ ଏ ପର୍ଯ୍ୟନ୍ତ ୧ ଲକ୍ଷ ୫୨ ହଜାର ୩୫୧ ଜଣଙ୍କୁ ଟିକା ଦିଆସରିଲାଣି।