ଭୁବନେଶ୍ୱର: ଦେଶ ପାଳନ କରୁଛି ୭୨ତମ ସାଧାରଣତନ୍ତ୍ର ଦିବସ । ଏହି ସାଧାରଣତନ୍ତ୍ର ଦିବସ ଅବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମହାନ ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ ମୋର ଶୁଭେଚ୍ଛା ଜଣାଉଛି। ଏହି ଅବସରରେ ଜାତିର ଜନକ ମହାତ୍ମାଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ବୋଷ, ମୌଲନା ଆଜାଦ, ଡଃ ଆମ୍ବେଦକର, ବୀର ସୁରେନ୍ଦ୍ର ସାଏ, ବକ୍ସି ଜଗବନ୍ଧୁ, ଉତ୍କଳମଣି ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୁଦନ ଦାସ, ଗୋପବନ୍ଧୁ ଚୌଧୁରୀ, ନବକୃଷ୍ଣ ଚୌଧୁରୀ, ସହିଦ ଲକ୍ଷ୍ମଣ ନାୟକ, ରମାଦେବୀ, ମାଳତୀ ଚୌଧୁରୀ, ପାର୍ବତୀ ଗିରି, ଡଃ ହରେକୃଷ୍ଣ ମହତାବ ଓ ବିଜୁ ପଟ୍ଟନାୟକଙ୍କ ପରି ମହାନ ସଂଗ୍ରାମୀ ମାନଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ଦେଶର ଏକତା ଓ ସୁରକ୍ଷା ପାଇଁ ବଳିଦାନ ଦେଇଥିବା ଅମର ସହିଦ୍ ମାନଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ସେହିପରି ସହିଦ୍ ହୋଇଥିବା ଆମର କୋଭିଡ ଯୋଦ୍ଧା ମାନଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।
