ଭୁବନେଶ୍ବର : ଆଜି ପ୍ରବାଦ ପୁରୁଷ, ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ । ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଜୟନ୍ତୀକୁ ସାରା ରାଜ୍ୟରେ ପଂଚାୟତିରାଜ ଦିବସ ଭାବେ ପାଳନ କରାଯାଉଛି । ବିଜୁ ଜନତା ଦଳ ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜନ୍ମ ଦିନକୁ ଖୁବ୍ ଉତ୍ସାହର ସହ ପାଳନ କରାଯାଉଛି । ଫରେଷ୍ଟ ପାର୍କରେ ଥିବା ବିଜୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାପରେ ସେ ପାର୍ଟି ଅଫିସକୁ ଯିବେ । ସେଠାରେ ଆୟୋଜିତ କାର୍ୟ୍ୟକ୍ରମରେ ଦଳୀୟ ନେତା ଓ କର୍ମୀଙ୍କୁ ସମ୍ବୋଧନ କରି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେପଟେ ଏହି ଅବସରରେ ବିଜେଡି ପକ୍ଷରୁ ସାଇକେଲ ରାଲିର ଆୟୋଜନ କରାଯାଇଛି । କଟକ ଆନନ୍ଦ ଭବନ ନିକଟରୁ ଭୁବନେଶ୍ୱର ବିଜୁ ପଟ୍ଟାନୟକ ବିମାନ ବନ୍ଦରରେ ଯାଏଁ ସାଇକଲେ ରାଲି ହୋଇଛି । ବହୁ ଛାମୁଆ ନେତା ଏହାର ନେତୃତ୍ୱ ନେଉଥିବା ବେଳେ ଯୁବ ବିଜେଡି, ଛାତ୍ର ବିଜେଡିର ଶହଶହ କର୍ମୀ ସାମିଲ ହୋଇଛନ୍ତି ।
