‘ଓଡ଼ିଶା ଇତିହାସ’ ପୁସ୍ତକର ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

‘ଓଡ଼ିଶା ଇତିହାସ’ ପୁସ୍ତକର ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

ଜାତୀୟ ଖବର

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ଓଡ଼ିଶା ଇତିହାସ’ର ହିନ୍ଦୀ ସଂସ୍କରଣକୁ ଉନ୍ମୋଚନ କରିଛନ୍ତି । ହରେକୃଷ୍ଣ ମହତାବଙ୍କ ଦ୍ୱାରା ଲିଖିତ ପୁସ୍ତକ ‘ଓଡ଼ିଶା ଇତିହାସ’ର ହିନ୍ଦୀ ସଂସ୍କରଣ ଆଜି ଉନ୍ମୋଚିତ ହୋଇଛି । ଦିଲ୍ଲୀସ୍ଥିତ ଆମ୍ବେଦକର ଇଣ୍ଟରନ୍ୟାସନାଲ ସେଣ୍ଟର ଠାରେ ଆୟୋଜିତ ଉତ୍ସବରେ ଏହା ଉନ୍ମୋଚିତ ହୋଇଯାଇଛି । ଏନେଇ ଅନୁଷ୍ଠିତ ସମାରୋହରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ସାଂସଦ ଭର୍ତ୍ତୃହରୀ ମହତାବ ମଧ୍ୟ ଉପସ୍ଥିତ ଥିଲେ । ଏହି ପୁସ୍ତକକୁ ହିନ୍ଦୀରେ ଅନୁବାଦ କରିଛନ୍ତି ବିଜେବି କଲେଜର ଅବସରପ୍ରାପ୍ତ ହିନ୍ଦୀ ଅଧ୍ୟାପକ ଡକ୍ଟର ଶଙ୍କରଲାଲ ପୁରୋହିତ । ହରେକୃଷ୍ଣ ମହତାବ ଫାଉଣ୍ଡେସନ ପକ୍ଷରୁ ପୁସ୍ତକ ପ୍ରକାଶିତ ହୋଇଛି । ଡ. ହରେକୃଷ୍ଣ ମହତାବ ଭାରତୀୟ ସ୍ବାଧୀନତା ସଂଗ୍ରାମରେ ଜଣେ ବିଶିଷ୍ଟ ବ୍ୟକ୍ତି ଥିଲେ। ସେ ୧୯୪୬ରୁ ୧୯୫୦ ଏବଂ ୧୯୫୬ରୁ ୧୯୬୧ ପର୍ୟ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଥିଲେ। ୧୯୪୨ରୁ ୧୯୪୫ ପର୍ୟ୍ୟନ୍ତ ଦୁଇ ବର୍ଷରୁ ଅଧିକ ସମୟ ଧରି ଅହମ୍ମଦନଗର ଦୁର୍ଗ ଜେଲରେ ଥିବା ସମୟରେ ‘ଓଡ଼ିଶା ଇତିହାସ’ ପୁସ୍ତକ ରଚନା କରିଥିଲେ।