ଶନି-ରବିବାର ଶ୍ରୀମନ୍ଦିର ଦର୍ଶନ ବନ୍ଦ

ଶନି-ରବିବାର ଶ୍ରୀମନ୍ଦିର ଦର୍ଶନ ବନ୍ଦ

ରାଜ୍ୟ

ଭୁବନେଶ୍ୱର: ସପ୍ତାହରେ ଦୁଇ ଦିନ ଶ୍ରୀମନ୍ଦିର ଦର୍ଶନ ବନ୍ଦ ରହିବ ବୋଲି ସୂଚନା ମିଳିଛି । ସପ୍ତାହର ଶନିବାର ଓ ରବିବାର ଶ୍ରୀମନ୍ଦିର ଦର୍ଶନ ବନ୍ଦ ରହିବ । ଆସନ୍ତା ୨୪ ତାରିଖରୁ ଏହି ନିୟମ ଲାଗୁ ହେବ । ଶ୍ରୀମନ୍ଦିର ଭିତରେ ବାହାର କାଠ ନିକଟରୁ ସର୍ବସାଧାରଣ ଦର୍ଶନ ହେବ । ଛତିଶା ନିୟୋଗ ବୈଠକ ପରେ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ସୂଚନା ଦେଇଛନ୍ତି । ବାହାର ଭକ୍ତଙ୍କ ପାଇଁ ଆରଟିପିସିଆର ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ ରହିବ । ବାହାର ଭକ୍ତଙ୍କ ପାଇଁ ଦୁଇଟି ପର୍ଯ୍ୟାୟ ଟିକା ନେଇଥିବା ବାଧ୍ୟତାମୂଳକ ରହିବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୈଠକ ଚାଲିଥିଲା । ଏହି ବୈଠକରେ ଜିଲ୍ଲାପାଳ, ଏସପି ଓ ଛତିଶା ନିଯୋଗ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।