ଭୂମିହୀନ କୃଷକ ପରିବାର ମାନଙ୍କୁ ୩୮୬ କୋଟି ଟଙ୍କାର କୋଭିଡ ସହାୟତା ଦେଲେ ମୁଖ୍ୟମନ୍ତ୍ରୀ

ଭୂମିହୀନ କୃଷକ ପରିବାର ମାନଙ୍କୁ ୩୮୬ କୋଟି ଟଙ୍କାର କୋଭିଡ ସହାୟତା ଦେଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଆଜି କାଳିଆ ଯୋଜନା ଅନ୍ତର୍ଗତ ଭୂମିହୀନ କୃଷକ ପରିବାର ମାନଙ୍କୁ ୩୮୬ କୋଟି ଟଙ୍କାର ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ପ୍ରଦାନ କରିଛନ୍ତି । ଏହାଦ୍ବାରା ୧୮ ଲକ୍ଷ ଭୂମିହୀନ କୃଷକ ପରିବାର ଉପକାର ପାଇବେ। ଏଥିରେ ପ୍ରତ୍ଯେକ ଭୂମିହୀନ ଚାଷୀ କାଳିଆ ଯୋଜନାର କିସ୍ତି ସହିତ ଅତିରିକ୍ତ ଭାବେ  ୧୦୦୦ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ଅନ୍ତର୍ଭୁକ୍ତ ।  
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଉଦବୋଧନ ଦେଇ କହିଛନ୍ତି ଯେ ରାଜ୍ୟର ୧୮ ଲକ୍ଷ ଭୂମିହୀନ ଚାଷୀ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ପ୍ରଦାନ କରି ସେ ବହୁତ  ଖୁସି।  ଚାଷୀ, ଶ୍ରମିକ ଓ ମଜଦୁର ମାନଙ୍କ ପରି ଖଟିଖିଆ ବର୍ଗ ହେଉଛନ୍ତି ଆମ ଅର୍ଥନୀତି ନାଭିକେନ୍ଦ୍ର (Nucleus)। ଏ ସମସ୍ତଙ୍କ ତ୍ୟାଗ  ହିଁ ଆମ ଅର୍ଥନୀତି କୁ ସମୃଦ୍ଧ କରିଥାଏ । କୃଷି କ୍ଷେତ୍ରର ସବୁ ସଫଳତା ପଛରେ ଭୂମିହୀନ ଚାଷୀ ର ତ୍ୟାଗ ଓ ପରିଶ୍ରମ ରହିଛି ବୋଲି ମତ ବ୍ୟକ୍ତ  କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମେ ତା’ର ତ୍ୟାଗକୁ ସମ୍ମାନ କରୁ ।  ତା’ର ସ୍ଵାର୍ଥର ସୁରକ୍ଷା ପାଇଁ ଆମର ଲଢେଇ ଜାରି ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ M S Swaminathan Committee ର ସୁପାରିସ କୁ କାର୍ଯ୍ୟକାରୀ କରିବା ପାଇଁ ମୁଁ ସବୁବେଳେ ଦାବି କରି ଆସିଛି ଏବଂ ଏହା ପୂରଣ ହେଲା ପର୍ଯ୍ୟନ୍ତ ଆମର ଲଢେଇ ଜାରି ରହିବ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଥିଲେ । 
 
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ ହେଉଛନ୍ତି ଆମର ଗର୍ବ ଓ ଗୌରବ । ତେଣୁ ଚାଷୀର ସ୍ଵାର୍ଥର ସୁରକ୍ଷା ସବୁବେଳେ ତାଙ୍କର ପ୍ରାଥମିକତା ହୋଇ ରହି ଆସିଛି ବୋଲି ସେ ପ୍ରକାଶ କରିଥିଲେ । କାଳିଆ ଯୋଜନା ଯୋଗୁଁ ରାଜ୍ଯର ଲକ୍ଷ ଲକ୍ଷ ଚାଷୀ ପରିବାର ମୁହଁରେ ହସ ଆଣିଛି  ଓ ମନରେ ଭରସା ଦେଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏଥିପାଇଁ ,” କାଳିଆ ଯୋଜନା ମୋର ସବୁଠାରୁ ପ୍ରିୟ ଯୋଜନା । “

Powered by Froala Editor