୪ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ

୪ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ

ରାଜ୍ୟ ଖବର


ପୁରୀ: କରୋନା କଟକଣା ହଟିବା ପରେ ସୋମବାର ସର୍ବସାଧାରଣଙ୍କ ପାଇଁ ଖୋଲିଥିଲା ଶ୍ରୀମନ୍ଦିର। ପ୍ରାୟ ଚାରି ମାସ ପରେ ଶ୍ରୀମନ୍ଦିରରେ ସୋମବାରଠାରୁ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଥିଲା। ହେଲେ ଦର୍ଶନ ଆରମ୍ଭର ୨ଦିନ ପରେ ଆଜି ୪ଘଣ୍ଟା ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ ବୋଲି ଜଣାପଡ଼ିଛି। ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ ମନ୍ଦିରକୁ ୪ଘଣ୍ଟା ବନ୍ଦ କରାଯିବ ବୋଲି ଜଣାପଡ଼ିଛି। ଭାଦ୍ରବ କୃଷ୍ଣ ତୃତୀୟା ତିଥିରେ ଅନୁଷ୍ଠିତ ହେବାକୁ ଥିବା ଏହି ନୀତି ଦ୍ଵିତୀୟ ଭୋଗମଣ୍ଡପ ଭୋଗ ସମ୍ପନ୍ନ ପରେ ଦତ୍ତ ମହାପାତ୍ର ସେବକଙ୍କ ଦ୍ୱାରା ସମ୍ପାଦିତ ହେବ।

ଏହି ୪ଘଣ୍ଟା ମଧ୍ୟରେ ଦ୍ବିତୀୟ ‌ଭୋଗମଣ୍ଡପରେ ଶ୍ରୀଜିଉଙ୍କର ଶ୍ରୀମୁଖ ସିଂହାର ନୀତି କରାଯିବ। ଏହି ଗୁପ୍ତ ନୀତି ପାଇଁ ଶ୍ରୀମନ୍ଦିରକୁ ୪ଘଣ୍ଟା ବନ୍ଦ କରାଯିବ ବୋଲି ଜଣାପଡ଼ିଛି। ଅପରାହ୍ନ ୪ଟାରୁ ରାତି ୮ଟା ପର୍ୟ୍ୟନ୍ତ ଶ୍ରୀମନ୍ଦିର ବନ୍ଦ ରହିବ। ଆସନ୍ତାକାଲି ସକାଳ ୭ଟାରେ ଭକ୍ତ ମହାପ୍ରଭୁଙ୍କ ଦର୍ଶନର ସୁଯୋଗ ପାଇବେ।

Powered by Froala Editor