ନବୀନଙ୍କୁ ଅଷ୍ଟ୍ରେଲିଆର ପ୍ରଶଂସା

ନବୀନଙ୍କୁ ଅଷ୍ଟ୍ରେଲିଆର ପ୍ରଶଂସା

ରାଜ୍ୟ ଖବର


ଭୁବନେଶ୍ୱର: ଭାରତୀୟ ହକିକୁ ଓଡ଼ିଶାର ପ୍ରୋତ୍ସାହନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି ଅଷ୍ଟ୍ରେଲିଆ ହାଇକମିଶନର। ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଅଷ୍ଟ୍ରେଲିଆର ହାଇକମିଶନର ବ୍ୟାରୀ ଓଫାରେଲ ଏଓଙ୍କ ସହିତ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ। ବିଭିନ୍ନ କ୍ଷେତ୍ରରେ ଅଷ୍ଟ୍ରେଲିଆ ସହିତ ଓଡ଼ିଶାର ଅଧିକ ସହଯୋଗ ସମ୍ପର୍କରେ ଆଲୋଚନା କରିଛନ୍ତି। ଉଭୟ ଦେଶ ମଧ୍ୟରେ ବ୍ୟବସାୟ ଓ କାରିଗରୀ କୌଶଳ କ୍ଷେତ୍ରରେ ସହଯୋଗର ବ୍ୟାପକ ସମ୍ଭାବନା ଅଛି ବୋଲି ବୈଠକରେ ମତପ୍ରକାଶ ପାଇଥିଲା। ଏହା ବାଦ୍ ଓଡିଶାର ଦକ୍ଷମାନବ ସମ୍ବଳର ଉପଯୋଗ ଉପରେ ଆଲୋଚନା ହୋଇଥିଲା। ଓଡିଶାରେ ବିଭିନ୍ନ କ୍ରୀଡା ଭିତ୍ତିଭୂମି ସୃଷ୍ଟି, ଉନ୍ନତମାନର ତାଲିମ, ବିଶେଷ କରି ହକି ଖେଳକୁ ଅଧିକ ପ୍ରୋତ୍ସାହନ ଦେବା ଉପରେ ଓଡିଶା ଓ ଅଷ୍ଟ୍ରେଲିଆ ମଧ୍ୟରେ ଅଧିକ ସହଯୋଗ ପାଇଁ ଉଭୟ ସହମତି ପ୍ରକାଶ କରିଥିଲେ। ଏହା ବାଦ୍ ଖଣି ଅନୁସନ୍ଧାନ କ୍ଷେତ୍ରରେ ଅଷ୍ଟ୍ରେଲିଆ ଓ ଓଡିଶା ମଧ୍ୟରେ ଅଧିକ ମିଳିତ ସହଯୋଗ ଉପରେ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା।

Powered by Froala Editor