ଦେଶରେ ଗତ ୨୪ ଘଣ୍ଟାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ମୃତୁ୍ର ସଂଖ୍ୟା ମଧ୍ୟ ୩୦୦ ରୁ କମ୍ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୬,୧୧୫ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୫୨ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୩୫,୦୪,୫୩୪ ଓ ମୃତ୍ୟୁସଂଖ୍ୟା ୪,୪୫,୩୮୫ ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୪,୪୬୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୭,୪୯,୫୭୪ରେ ପହଞ୍ଚିଛି। ଞ୍ଜଞ୍ଜଞ୍ଜଞ୍ଜଞ୍ଜ
ଏହା ବ୍ୟତିତ ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୦୯,୫୭୫ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୧,୮୫,୧୩,୮୨୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୯୬,୪୬,୭୭୮ଡୋଜ୍ ଟିକା।
Powered by Froala Editor
