ଭୁବନେଶ୍ୱର: ପୁଣି ସୃଷ୍ଟି ହେଉଛି ଲଘୁଚାପ। ଆଗାମୀ ୧୨ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ କରିଛି ଯେ ୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।
ତେବେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଢେଙ୍କାନାଳ ଜିଲ୍ଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲିକୁହାଯାଇଛି । ଏହି ୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଏଥିସହିତ ଭଦ୍ରକ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ ଓ ଝାରସୁଗୁଡା ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉକ୍ତ ଜିଲ୍ଲା ଗୁଡିକୁ ମଧ୍ୟ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ ଓ ବୌଦ୍ଧ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ଆଶଙ୍କା ଥିବାରୁ ଆଲର୍ଟ ଜାରି କରାଯାଇଛି ବୋଲି ସୂଚନା ମିଳିଛି ।
Powered by Froala Editor
