୧୦ ଦିନରେ  ଏଲପିଜି ଦର କମାଅ, ବିଜେଡି ଦେଲା ଆନ୍ଦୋଳନ ଚେତାବନୀ

୧୦ ଦିନରେ ଏଲପିଜି ଦର କମାଅ, ବିଜେଡି ଦେଲା ଆନ୍ଦୋଳନ ଚେତାବନୀ

ରାଜ୍ୟ ଖବର

ଭୁବନେଶ୍ୱର : ପେଟ୍ରୋଲ ଓ ଡିଜେଲ ଦରବୃଦ୍ଧିକୁ ନେଇ କେନ୍ଦ୍ର ସରକାର ବିରୋଧରେ ଆନ୍ଦୋଳନ ପନ୍ଥା ଆପଣାଇଥିବା ବିଜେଡି ଗୁରୁବାର ଦିନ ରନ୍ଧନ ଗ୍ୟାସ ଦର ହ୍ରାସ ପାଇଁ ଦାବି କରିଛି। ଏଥିପାଇଁ ବିଜେଡି ପକ୍ଷରୁ ୧୦ ଦିନିଆ ଡେଡ୍ ଲାଇନ୍ ଦିଆଯାଇଛି। ୧୦ ଦିନ ମଧ୍ୟରେ ଏଲପିଜି ରେଟ୍ ହ୍ରାସ ନକଲେ ବିଜେଡି ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛି।ବିଜେଡି ପକ୍ଷରୁ ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ ଏ ନେଇ ଏକ ସାମ୍ବାଦୀକ ସମ୍ମିଳନୀ କରିଛନ୍ତି। ଏଥିରେ ସେ କହିଛନ୍ତି, ଓଡ଼ିଶା ସରକାର ପେଟ୍ରୋଲରେ ୬.୩୦ ଟଙ୍କା ଓ ଡିଜେଲରେ ୪.୬୫ ଟଙ୍କା କମାଇଛନ୍ତି। ଏହି ଦର ହ୍ରାସ ପରେ ରାଜ୍ୟର ୨ ହଜାର କୋଟି ଟଙ୍କା କ୍ଷତି ହେବ। କିନ୍ତୁ ଖୁସିର କଥା ଯେ ସାରା ଦେଶରେ ତେଲ ଦର ଓଡ଼ିଶାରେ ସବୁଠାରୁ କମ। ହେଲେ ଦୁର୍ଭାଗ୍ୟଜନକ କେନ୍ଦ୍ର ଯେଉଁ ସେସ ଆଦାୟ କରୁଛି, ତାହା କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଭାଗ ହେବା କଥା ବା ଉଛେଦ ହେବା କଥା। ଏହା ସଂଘୀୟ ବ୍ୟବସ୍ଥା ବିରୋଧୀ। କେନ୍ଦ୍ର ସରକାର ଖଚଏ ଦର ଉପରୁ ଏକ୍ସାଇଜ ଓ ଅନ୍ୟ ଟ୍ୟାକ୍ସକୁ ତୁରନ୍ତ ହ୍ରାସ କରନ୍ତୁ।’ ଦରଦାମ ବୃଦ୍ଧି ପ୍ରତିବାଦରେ ଯୁବ ଓ ଛାତ୍ର ଆନ୍ଦୋଳନ ଆସନ୍ତାକାଲିଠାରୁ ୧୦ ଦିନ ପାଇଁ ସ୍ଥଗିତ ରହିଛି। ଏହି ୧୦ ଦିନ ଭିତରେ ଖଚଏରେଟ ଯଦି କେନ୍ଦ୍ର ସରକାର ହ୍ରାସ ନ କରନ୍ତି ତେବେ ଆନ୍ଦୋଳନ ଆହୁରି ତୀବ୍ରତର ହେବ। ପଞ୍ଚାୟତ ଯାଏ ଚାଲି କେନ୍ଦ୍ର ସରକାରଙ୍କୁ ଦୃଢ଼ ଜବାବ ଦିଆଯିବ। ସୂଚନାଯୋଗ୍ୟ ଯେ, ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧିକୁ ନେଇ କେନ୍ଦ୍ର ସରକାରଙ୍କ ବିରୋଧରେ ବିଜେଡ ରାସ୍ତାକୁ ଓହ୍ଲାଇଥିଲା । ତେବେ ବୁଧବାର ରାତିରେ କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲ ଉପରୁ ପେଟ୍ରୋଲ ଉପରୁ ୫ଟଙ୍କା ଓ ଡିଜେଲ ଉପରୁ ୧୦ ଟଙ୍କାର ଏକସାଇଜ୍ ଡ୍ୟୁଟି ହ୍ରାସ କରିଥିଲେ।ଫଳେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୬ଟଙ୍କା ୧୫ପଇସା ଓ ଡିଜେଲ ଲିଟର ପିଛା ୧୨ ଟଙ୍କା ୮୮ ପଇସା କମିଥିଲା । ପରେ ଗୁରୁବାର ଦିନ ରାଜ୍ୟ ସରକାର ଉଭୟ ପେଟ୍ରୋଲ ଓ ଡିଜେଲ ଉପରୁ ୩ ଟଙ୍କା ଭାଟ୍ ହ୍ରାସ କରିଛନ୍ତି । ଯାହାର ସୁଫଳ ଖାଉଟି ପାଇବେ । ଏହି ନୂଆ ଦର ଆସନ୍ତାକାଲି ମଧ୍ୟରାତ୍ରୀରୁ ଲାଗୁ ହେବ ।