ପୁରୀ: ଚିତ୍ତରଞ୍ଜନ ପଲେଇଙ୍କ ମୃତ୍ୟୁ ମାମଲାର ତଦନ୍ତ ଦାୟିତ୍ୱ ନେବା ସହ ତନାଘନା ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ। ଏ ନେଇ ପୁରୀ ପହଞ୍ଚିଛି ୪ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍। ଡିଏସପି ଶିଶିର କୁମାର ମିଶ୍ରଙ୍କ ନେତୃତ୍ୱରେ ଟିମ୍ ପୁରୀରେ ପହଞ୍ଚି ତଦନ୍ତ ଆରମ୍ଭ କରିଦେଇଛି। ଏ ମାମଲାକୁ ନେଇ ରାଜନୀତି ବି ତେଜିଛି।
ପୁରୀ ଗଡମୃଗଶିରା ବ୍ରିଜ୍ ନିକଟ ନୂଆନଈ ପଠାରୁ ଚିତ୍ତରଞ୍ଜନଙ୍କ ମୃତଦେହ ଉଦ୍ଧାର ହୋଇଥିଲା । ଏହି ଘଟଣାରେ ୫ ଜଣଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରୁଥିବା ଜଣାପଡିଛି। ଶନିବାର ରାତିରେ ସାଙ୍ଗ ଜଗନ୍ନାଥଙ୍କ ସହ ଭୋଜି କରିବାକୁ ଯାଇ ଆଉ ଫେରିନଥିଲେ ଚିତ୍ତରଞ୍ଜନ। ସୋମବାର ତାଙ୍କ ମୃତଦେହ ମିଳିଲା।
Powered by Froala Editor
