ଅଙ୍ଗନବାଡ଼ି କର୍ମୀଙ୍କ ପାଇଁ ଖୁସି ଖବର, ପଢିଲେ ଜାଣିବେ

ଅଙ୍ଗନବାଡ଼ି କର୍ମୀଙ୍କ ପାଇଁ ଖୁସି ଖବର, ପଢିଲେ ଜାଣିବେ

ରାଜ୍ୟ ଖବର

ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେବା ନିବୃତ ଅଙ୍ଗନବାଡ଼ି କର୍ମୀ ମାନଙ୍କ ପ୍ରୋତ୍ସାହନ ରାଶିର ପରିମାଣ ବୃଦ୍ଧି କରିଛନ୍ତି ।

୧. ଅଙ୍ଗନବାଡ଼ି କର୍ମୀମାନେ ସେବା ନିବୃତ ହେବା ସମୟରେ ୨୦ ହଜାର ଟଙ୍କା ବଦଳରେ ଏକକାଳୀନ ୪୦ ହଜାର ଟଙ୍କା ପ୍ରୋତ୍ସାହନ ରାଶି ପାଇବେ।

୨. ମିନି ଅଙ୍ଗନବାଡ଼ି କର୍ମୀମାନଙ୍କର ପ୍ରୋତ୍ସାହନ ରାଶି ୧୫ ହଜାର ଟଙ୍କାରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।

୩. ଅଙ୍ଗନବାଡ଼ି ସହାୟିକା ମାନଙ୍କର ପ୍ରୋତ୍ସାହନ ରାଶି ୧୦ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି ।

ଏହି ନୂତନ ପ୍ରୋତ୍ସାହନ ରାଶି ପିଛିଲା ଭାବେ ୨୦୧୯ ଜାନୁଆରୀ ପହିଲା ଠାରୁ ଲାଗୁ କରାଯାଇଛି । ଏହାଦ୍ୱାରା ବର୍ତ୍ତମାନ ସୁଦ୍ଧା ସେବା ନିବୃତ ହୋଇଥିବା ୧୯୯୧ ଜଣ ଅଙ୍ଗନବାଡ଼ି କର୍ମୀ, ମିନି ଅଙ୍ଗନବାଡ଼ି କର୍ମୀ ଓ ଅଙ୍ଗନବାଡ଼ି ସହାୟିକା ଉପକୃତ ହେବେ । ଏହି ଘୋଷଣା ଦ୍ୱାରା ରାଜ୍ୟର ୧ ଲକ୍ଷ ୩୦ ହଜାର ଅଙ୍ଗନବାଡ଼ି କର୍ମୀ ଉପକୃତ ହେବେ ।

ଅଙ୍ଗନବାଡ଼ି କର୍ମୀ, ମିନି ଅଙ୍ଗନବାଡ଼ି କର୍ମୀ ଓ ଅଙ୍ଗନବାଡ଼ି ସହାୟିକାମାନେ କାର୍ୟ୍ୟରତ ଥିବା ସମୟରେ ଅସୁସ୍ଥତା ଯୋଗୁ କୌଣସି ସରକାରୀ କିମ୍ବା ସରକାରଙ୍କ ଦ୍ୱାରା  ତାଲିକାଭୁକ୍ତ ଚିକିତ୍ସାଳୟରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିଲେ, ସେମାନଙ୍କୁ ସେହି ସମୟ ପାଇଁ ପ୍ରତିବର୍ଷ ସବୈତନିକ ଚିକିତ୍ସା ଛୁଟି  ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

Powered by Froala Editor