କରୋନା ନେଲା ଆଉ ୬ ଜୀବନ

କରୋନା ନେଲା ଆଉ ୬ ଜୀବନ

ରାଜ୍ୟ ଖବର

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କାରୋନା ସଂକ୍ରମଣ ହୁ ହୁ ହୋଇ ବଢୁଥିବାବେଳେ, କରୋନାର ନୂଆ ଭାରିଆଣ୍ଟ ଓମିକ୍ରନର ଦ୍ରୁତ ସଂକ୍ରମଣ ହେତୁ ରାଜ୍ୟବାସୀଙ୍କ ମନରେ ଛନକା ପଶିଛି । ଆଜି ରାଜ୍ୟରେ ୯ହଜାର ୮୩୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ, ଆଉ ୬ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି । ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୨ଜଣ ରହିଥିବାବେଳେ  ଅନୁଗୁଳ ଜିଲ୍ଲାରୁ ଜଣେ ଓ ଢେଙ୍କାନାଳରୁ ଜଣେ, ପୁରୀ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏ ରହିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୫୦୭କୁ ବୃଦ୍ଧି ପାଇଛି ।

Powered by Froala Editor