ଭୁବନେଶ୍ୱର: ବରିଷ୍ଠ ଆଇଏଏସ ଅଧିକାରୀ ବିନୋଦ କୁମାରଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି। ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେବାରୁ ରାଜ୍ୟ ସରକାର ତାଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଓଡିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାରଙ୍କୁ ବରଖାସ୍ତ ନେଇ ରାଜ୍ୟ ସରକାରଙ୍କ ସୁପାରିସକୁ କେନ୍ଦ୍ର ସରକାର ମଞ୍ଜୁର କରିଛନ୍ତି।
ବିନୋଦ କୁମାର ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପରିଚାଳନା ନିର୍ଦ୍ଦେଶକ ଥିବା ବେଳେ କୋଟି କୋଟି ଟଙ୍କାର ଘୋଟାଲା କରିଥିଲେ। ଉକ୍ତ ସମୟରେ ମହାବାତ୍ୟା ହୋଇଥିବା ବେଳେ ବିଭିନ୍ନ ନକଲି ଫାର୍ମ ତଥା ବ୍ୟକ୍ତିଙ୍କ ପ୍ରତି ଅନୁଚିତ ଅନୁଗ୍ରହ ଦେଖାଇ ସେ ୩୩ କୋଟି ୩୪ ଲକ୍ଷ ଟଙ୍କା ବେଆଇନ ଭାବେ ମଂଜୁର କରିଥିଲେ। ଏଥିଯୋଗୁ ରାଜ୍ୟ ସରକାରଙ୍କର ବହୁ ଟଙ୍କା କ୍ଷତି ହୋଇଥିଲା।
ଏନେଇ ଖୋଳତାଡ଼ ହେବା ପରେ ବିନୋଦଙ୍କ ବିରୋଧରେ ରାଜ୍ୟ ସରକାର ୨୭ଟି ଭିଜିଲାନ୍ସ କେସ୍ କରିଥିଲେ। ତା ଭିତରୁ ୨ଟିରେ ବିନୋଦ ଦୋଷୀ ସାବ୍ୟସ୍ତ ହୋଇଥିଲେ। ଏହାପରେ ତାଙ୍କ ବିରୋଧରେ ଏପରି କାର୍ୟ୍ୟାନୁଷ୍ଠାନ ନିଆଯାଇଛି।
Powered by Froala Editor
