ଭୁବନେଶ୍ୱର: ପଶ୍ଚିମା ଝଡ଼ ଆଜିଠୁ ବଦଳିବ ଅଧିକାଂଶ ଜିଲ୍ଲାର ପାଣିପାଗ। ଏହା ପ୍ରଭାବରେ ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପୁର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଜି ରାଜ୍ୟର ୭ଟି ଜିଲ୍ଲା ପାଇଁ ଓ ଆସନ୍ତାକାଲି ୧୫ଟି ଜିଲ୍ଲା ପାଇଁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ଏହି ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି । ସେହିପରି କିଛି ସ୍ଥାନରେ କୁଆପଥର ମାଡ଼ ହୋଇପାରେ।
ଆଜି ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ପାଇଁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଗୋଟିଏ କି ଦୁଇଟି ସ୍ଥାନରେ ଘଡ଼ଘଡ଼ି ହେବ ବୋଲି ପୁର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ଆସନ୍ତାକାଲିଠାରୁ ଉପକୂଳ ଓଡ଼ିଶାର ଏକାଧିକ ଜିଲ୍ଲାରେ ମଧ୍ୟ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ଆସନ୍ତାକାଲି ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ହେଉଛି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ । ଏହି ଜିଲ୍ଲାଗୁଡ଼ିକର ଗୋଟେ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡି ସହ ବର୍ଷା ହେବା ସମ୍ଭାବନା ରହିଛି ।
ସେହିଭଳି ଆସନ୍ତାକାଲି ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ସହିତ କୁଆପଥର ମାଡ଼ ହେବାର ସମ୍ଭାବନା ରହିଛି।
Powered by Froala Editor
