ରାଜ୍ୟରେ ୨୪ ଘଣ୍ଟାରେ ୮୫୨ ସଂକ୍ରମିତ ଚିହ୍ନଟ

ରାଜ୍ୟରେ ୨୪ ଘଣ୍ଟାରେ ୮୫୨ ସଂକ୍ରମିତ ଚିହ୍ନଟ

ରାଜ୍ୟ ଖବର

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୫୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୯୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୩୫୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୮୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୬ ଜଣ, ବାଲେଶ୍ୱରରୁ ୨୫ ଜଣ, ବରଗଡ଼ରୁ ୧୧ ଜଣ, ଭଦ୍ରକରୁ ୧୬ ଜଣ, ବଲାଙ୍ଗୀରରୁ ୭ ଜଣ, ବୌଦ୍ଧ ଜିଲ୍ଲାରୁ ୧୨, କଟକରୁ ୬୪ ଜଣ, ଦେବଗଡ଼ରୁ ୧୭ ଜଣ, ଢେଙ୍କାନାଳରୁ ୧୭ ଜଣ, ଗଜପତିରୁ ୩୩, ଗଞ୍ଜାମରୁ ୯ ଜଣ, ଜଗତସିଂହପୁରରୁ ୨୮ ଜଣ, ଯାଜପୁରରୁ ୪୦ ଜଣ, ଝାରସୁଗୁଡ଼ାରୁ ୧୦ ଜଣ, କଳାହାଣ୍ଡିରୁ ୧୧ ଜଣ, କନ୍ଧମାଳରୁ ୨୬ ଜଣ, କେନ୍ଦ୍ରାପଡ଼ାରୁ ୧୪ ଜଣ, କେଉଁଝରରୁ ୧୫ ଜଣ, ଖୋର୍ଦ୍ଧାରୁ ୧୧୩ ଜଣ, କୋରାପୁଟରୁ ୯୦ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୨୬ ଜଣ, ନବରଙ୍ଗପୁରରୁ ୨୦, ନୟାଗଡ଼ରୁ ୧୭ ଜଣ, ନୂଆପଡ଼ାରୁ ୨୫ ଜଣ, ପୁରୀରୁ ୧୧ ଜଣ, ରାୟଗଡ଼ାରୁ ୧୩ ଜଣ, ସମ୍ୱଲପୁରରୁ ୩୯ ଜଣ, ସୋନପୁରରୁ ୧୦, ସୁନ୍ଦରଗଡ଼ରୁ ୮୯ ଜଣ ଓ ଷ୍ଟେଟ ପୁଲରୁ ୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ୟ୍ୟନ୍ତ ରାଜ୍ୟରେ ୧୨, ୭୯, ୮୯୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୬୧, ୪୬୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୯, ୪୩୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Powered by Froala Editor