ଶ୍ରୀମନ୍ଦିରରେ ରାଷ୍ଟ୍ରପତି, ଜଗା ଦର୍ଶନ କଲେ

ଶ୍ରୀମନ୍ଦିରରେ ରାଷ୍ଟ୍ରପତି, ଜଗା ଦର୍ଶନ କଲେ

ରାଜ୍ୟ ଖବର

ଭୁବନେଶ୍ୱର: ୨ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ମହମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଅପରାହ୍ନରେ ଶ୍ରୀମନ୍ଦିର ଯାଇ କାଳିଆ ଠାକୁରଙ୍କ ଦର୍ଶନ କରିଛନ୍ତି ରାଷ୍ଟ୍ରପତି ।

ଆଜି ଦିନ ୧୨ଟା୨୫ରେ ସ୍ୱତନ୍ତ୍ର ବିମାନ ଯୋଗେ ଦିଲ୍ଲୀରୁ ବାହାରି ଅପରାହ୍ଣ ୨ଟା ୩୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନବନ୍ଦରରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି । ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି ଓ ବହୁ ବରିଷ୍ଠ ଅଧିକାରୀମାନେ ମଧ୍ୟ ବିମାନ ବନ୍ଦରରେ ଉପସ୍ଥିତ ରହିଛନ୍ତି । 


ଅପରାହ୍ନରେ ପୁରୀ ହେଲିପ୍ୟାଡରେ ପହଞ୍ଚିଥିଲେ । ସେଠାରୁ ରାଜଭବନ ଯାଇ ଅବସ୍ଥାନ କରିବା ପରେ  ଅପରାହ୍ନ ୪ଟା ୫୦ରେ ରାଜଭବନରୁ ବାହାରି ଶ୍ରୀମନ୍ଦିରକୁ ଯାଇଥିଲେ । ସଂଧ୍ୟା ୫ଟାରୁ ୫ଟା ୪୫ ମଧ୍ୟରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଥିଲ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ସେବାୟତମାନେ ତାଙ୍କୁ ସ୍ୱାଗତ କରିଥିଲେ।

 ଆସନ୍ତାକାଲି ଅର୍ଥାତ୍ ୨୦ତାରିଖ ସକାଳ ୧୦ଟା ୩୫ରେ ଗୌଡୀୟ ମଠ ପରିଦର୍ଶନ କରି ପୂର୍ବାହ୍ନ ୧୧ଟାରେ ଗୌଡୀୟ ମିଶନର ପ୍ରତିଷ୍ଠାତା ଶ୍ରୀମଦ୍ ଭକ୍ତି ସିଦ୍ଧାନ୍ତ ସରସ୍ୱତୀ ଗୋସ୍ୱାମୀ ମହାରାଜଙ୍କ ୧୫୦ତମ ଜୟନ୍ତୀ ସମାରୋହ ଉସôବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।


Powered by Froala Editor