ପୁଣି ବଢ଼ିଲା ପେଟ୍ରୋଲ୍‌ ଦର, ଜାଣନ୍ତୁ ଓଡ଼ିଶାରେ କେତେ?

ପୁଣି ବଢ଼ିଲା ପେଟ୍ରୋଲ୍‌ ଦର, ଜାଣନ୍ତୁ ଓଡ଼ିଶାରେ କେତେ?

ଜାତୀୟ ଖବର

ନୂଆଦିଲ୍ଲୀ: ଦେଶରେ ଆଜି ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦାମ୍ । ଆଜି ସପ୍ତମ ଦିନ ଷଷ୍ଠ ଥର ପାଇଁ  ବଢିଛି ତୈଳ ଦର । ପେଟ୍ରୋଲ ଲିଟର ପିଛା ୩୦ ପଇସା ଓ ଡିଜେଲ ଲିଟର ପିଛା ୩୫ ପଇସା ମହଙ୍ଗା ହୋଇଛି । ଏହି ବର୍ଦ୍ଧିତ ଦର ଲାଗୁ ହେବା ପରେ ଓଡିଶାରେ ପେଟ୍ରୋଲ ଲିଟର ପିଛା ଦର ୧୦୬ ଟଙ୍କାରୁ ଊର୍ଦ୍ଧ୍ୱ ରହିଛି । ସେହିପରି ଡିଜେଲ ୯୫ ଟଙ୍କା ୯୩ ପଇସା ରହିଛି ।

 ରାଜଧାନୀ ଦିଲ୍ଲୀରେ ଲିଟର ପିଛା ପେଟ୍ରୋଲ ଓ ଡିଜେଲ ଦର ୯୯.୪୧ ଓ ୯୦.୭୭ ଟଙ୍କାରେ ପହଞ୍ଚିଛି । ସେହିପରି ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୪ଟଙ୍କା ୧୯ ପଇସା ଓ ଡିଜେଲ ଲିଟର ପିଛା ୯୮.୫୦ ପଇସା ମହଙ୍ଗା ହୋଇଛି ।

ଲଗାତାର ୧୩୭ ଦିନ ଧରି ଦେଶରେ ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିବା ପରେ ପୁଣି ମାର୍ଚ୍ଚ ୨୨ ତାରିଖରୁ ମୂଲ୍ୟବୃଦ୍ଧି ପ୍ରକ୍ରିୟା ଆରମ୍ଭ ହୋଇଛି । ତେଲ ଦର ବୃଦ୍ଧି ଯୋଗୁଁ ଅନ୍ୟାନ୍ୟ ସାମଗ୍ରୀ ଦର ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ଯାହା ସିଧାସଳଖ ଖାଉଟିଙ୍କ ପକେଟକୁ ପ୍ରଭାବିତ କରିଛି । 

Powered by Froala Editor