ଭୁବନେଶ୍ୱର: ନିଜ ନିଜ ସହର କୁ ଶ୍ରେଷ୍ଠ କରିବା ପାଇଁ ନେତୃତ୍ୱ ନେଇ ନିଷ୍ଠାର ସହ କାମ କର ।ଲୋକଙ୍କ ସାଥିରେ ରୁହ ସେମାନଙ୍କ ସମସ୍ୟା ସମାଧାନ ପାଇଁ ନିଷ୍ଠାର ସହ କାମ କର। ଆଜି ଲୋକସେବା ଭବନରେ ନବନିର୍ବାଚିତ ମେୟର ଓ ପୌରାଧକ୍ଷ ମାନଙ୍କ ପାଇଁ ଆୟୋଜିତ ପୌର ଶାସନ ପ୍ରଣାଳୀ ଓ ଉନ୍ନୟନ ପଦ୍ଧତି ଶୀର୍ଷକ କର୍ମଶାଳା କୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଏହି ପରାମର୍ଶ ଦେଇଛନ୍ତି।
ସହରାଞ୍ଚଳ ର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ୟ୍ୟକ୍ରମ ଆଜି ଜାତୀୟ ଓ ଅନ୍ତର୍ଜାତୀୟ ସ୍ୱୀକୃତି ହାସଲ କରିଛି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜାଗା ମିଶନ ବିକାଶ ମୁଖି ଦେଶ ମାନଙ୍କ ପାଇଁ ଏକ ମଡେଲ ହୋଇଛି। ସେହିପରି ଟ୍ୟାପ ରୁ ବିଶୁଦ୍ଧ ପିଇବା ପାଣି ଯୋଗାଣ ସୁଜଳ କାର୍ୟ୍ୟକ୍ରମ କାର୍ୟ୍ୟକାରୀ କରିବାରେ ଓଡିଶା ସାରା ଦେଶରେ ଏକ ମାତ୍ର ରାଜ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଜାଗା ମିଶନ, ସୁଜଳ,ପରିମଳ ଓ ବର୍ଜ୍ୟ ବସ୍ତୁ ପରିଚାଳନା ମୁକ୍ତା ଯୋଜନା,ଆହାର ଏବଂ ସ୍ମାର୍ଟ LED Light ଆଦି ସରକାରଙ୍କflagship ପ୍ରୋଗ୍ରାମ ଉପରେ ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ ଫୋକସ କରିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବସ୍ତି ବିକାଶ ସମୟରେ ରାଜ୍ୟ ସରକାର ଜମି ଅପେକ୍ଷା ଲୋକଙ୍କୁ ଗୁରୁତ୍ୱ ଦେଇ ଜାଗା ମିଶନ ଆରମ୍ଭ କରିଛନ୍ତି। ଏ ପର୍ୟ୍ୟନ୍ତ ୧ ଲକ୍ଷ ୭୫ hajsr ପରିବାରକୁ ଭୂମି ଅଧିକାର ଦିଆଯାଇଥିବାବେଳ ୫୮୫ ବସ୍ତିକୁ ଆଦର୍ଶ ବସ୍ତି ରେ ପରିଣତ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇ ଥିଲେ। ସେହିପରି କାର୍ୟ୍ୟକ୍ରମ ରେ ପୁରୀରେ ଟ୍ୟାପ ରୁ ବିଶୁଦ୍ଧ ପିଇବା ପାଣି ମିଳୁଥିବା ବେଳ ରାଜ୍ୟର କୋଡିଏ ଟି ସହରରେ ଏଥିପାଇଁ କାମ ଚାଲିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ।
ସେହିପରି କୋଭିଡ ସମୟରେ ସହରର ଗରିବ ଲୋକ ଓ migrant labourer ମାନଙ୍କ ପାଇଁ ଆରମ୍ଭ ହୋଇ ଥିବା ମୁକ୍ତା ଯୋଜନା ଜାରି ରହିବ ଓ ଏଥିପାଇଁ ବଜେଟରେ 500କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମିଶନ ଶକ୍ତି ଓ slum development association ଜରିଆରେ ଚାଲିଥିବା ଏହି କାର୍ଯ୍ୟକ୍ରମ ବେଶ ଲୋକପ୍ରିୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ପରିମଳ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବୋଲି ମତ ଦେଇ ସ୍ୱଚ୍ଛତା ଓ ବର୍ଜ୍ୟ ବସ୍ତୁ ପରିଚାଳନା ଉପରେ ଅଧିକ ଗୁରୁତ୍ୱ ଦେଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
ଚଳିତ ପୌର ନିର୍ବାଚନ ରେ ମା ମାନେ ଭବଷଙ୍କ ସଂଖ୍ୟା ରେ ଭାଗ ନେଇ ବିଜୟୀ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିବା ସହ ସେମାନଙ୍କୁ ବିଶେଷ
ଅଭିନନ୍ଦନ ଜଣାଇଥିଲେ ଓ ଭଲ କାମ କରି ଲୋକଙ୍କ ଆସ୍ଥା ଜାରି ରଖିବାକୁ ପରାମର୍ଶ ଦେଇଥିଲେ।
ସହରାଞ୍ଚଳ ବିକାଶରେ ଆସିଥିବା ରୂପାନ୍ତର ରେ 5T principle ର ଗୁରୁତ୍ୱ ପୂର୍ଣ୍ଣ ଭୂମିକା ଥିବାରୁ ପ୍ରତ୍ୟେକ ସ୍ତରରେ 5T principle କୁ ନିଷ୍ଠାର ସହ କାର୍ଯ୍ୟକାରୀ କରି ଲୋକଙ୍କୁ ଉତ୍ତମ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ନୂଆ ନେତୃତ୍ୱ ଓ ନୂଆ ପରିଚାଳନା କୌଶଳ ପୌର ସେବାକୁ ନୂତନ ଶିଖରରେ ପହଞ୍ଚାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ।
କର୍ମଶାଳାରେ ଉଦବୋଧନ ଦେଇ ନଗର ଉନ୍ନୟନ ପଞ୍ଚାୟତିରାଜ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା ରାଜ୍ୟ ସରକାରଙ୍କ ବିଭିନ୍ନ ସହରାଞ୍ଚଳ ବିକାଶ କାର୍ଯ୍ୟକ୍ରମକୁ ସଫଳ ଭାବରେ କାର୍ଯ୍ୟକାରି କରିବା ଦିଗରେ ନିଷ୍ଠାପର ଉଦ୍ୟମ ଜାରି ରଖିବା ପାଇଁ ପରାମର୍ଶ ଦେଇଥିଲେ।
ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର , ନଗର ଉନ୍ନୟନ ବିଭାଗ ର ପ୍ରମୁଖ ସଚିବ ଜି ମାଥି ଭାଥନାନ ଓ ପୌର ନିର୍ଦେଶକ ସଂଗ୍ରାମଜୀତ ନାୟକ ପ୍ରମୁଖ ଯୋଗ ଦେଇଥିଲେ।
Powered by Froala Editor
