ସ୍ବାସ୍ଥ୍ୟକ୍ଷେତ୍ରରେ ଓଡ଼ିଶାର ସଫଳତା, କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ସ୍ବାସ୍ଥ୍ୟକ୍ଷେତ୍ରରେ ଓଡ଼ିଶାର ସଫଳତା, କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ ଖବର

ଭୁବନେଶ୍ବର: ବିଭିନ୍ନ କ୍ଷେତ୍ରରେ ଓଡିଶା କ୍ରମାଗତଭାବେ ସଫଳତା ହାସଲ କରି ଅନ୍ୟ ରାଜ୍ୟ ମାନଙ୍କ ପାଇଁ ଆଦର୍ଶ ସୃଷ୍ଟି କରିଥିବା ବେଳେ, ଏବେ ସ୍ୱାସ୍ଥ୍ୟ କ୍ଷେତ୍ରରେ ଆଉ ଏକ ମାଇଲଷ୍ଟୋନ ହାସଲ କରିଛି ।

ଆଜି ମୋ ସରକାରର ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଉପସ୍ଥିତ ଅଧିକାରୀ ମାନଙ୍କୁ ସୂଚନା ଦେଇ କହିଲେ ଯେ ଓଡିଶା ଶିଶୁ ମୃତୁ୍ୟହାରରେ ୩୯ ପଏଣ୍ଟ ହ୍ରାସ କରିବାରେ ସଫଳ ହୋଇଛି  । ୨୦୦୫ରୁ ୨୦୨୦ ମଧ୍ୟରେ ଏହି ସଫଳତା ମିଳିଛି  । ଏହା ସାରା ଦେଶରେ ଏହି ସମୟ ମଧ୍ୟରେ ସର୍ବାଧିକ ହ୍ରାସ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ  । ବର୍ତ୍ତମାନ ରାଜ୍ୟର ଶିଶୁ ମୃତୁ୍ୟ ହାର ପ୍ରତି ଏକ ହଜାରରେ ୩୬କୁ କମିଯାଇଛି  ।

ଏଥିପାଇଁ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ ବିଭାଗ, ମହିଳା ଓ ଶିଶୁ କଲ୍ୟାଣ ବିଭାଗ,ମିଶନ ଶକ୍ତି  ବିଭାଗ ଏବଂ ଟିମ୍ ଓଡିଶାକୁ ଅଭିନନ୍ଦନ ଜଣାଇଥିଲେ ଏବଂ ଓଡିଶାର ବିକାଶ ଯାତ୍ରାରେ ସମସ୍ତେ ସାମିଲ ହୋଇ ଓଡିଶା ପାଇଁ ନୂଆ ନୂଆ ସଫଳତା ହାସଲ କରିବା ପାଇଁ ପରାମର୍ଶ ଦେଇଥିଲେ ।

Powered by Froala Editor