ବିଶିଷ୍ଟ କଣ୍ଠଶିଳ୍ପୀ କ୍ରିଷ୍ଣକୁମାରଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ

ବିଶିଷ୍ଟ କଣ୍ଠଶିଳ୍ପୀ କ୍ରିଷ୍ଣକୁମାରଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ

ଜାତୀୟ ଖବର

ନୂଆଦିଲ୍ଲୀ: ବଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ କ୍ରିଷ୍ଣକୁମାର କୁନ୍ନାଥ ଓରଫ କେକେଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି । ଏଥିସହ ଗୃହମନ୍ତ୍ରୀ ଅମିତ ଶାହ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମତେ ଅନେକ ରାଜନେତା ଗଭୀର ଶୋକ ପ୍ରକାଶ କରିଛନ୍ତି ।

ମୋଦୀ ଟ୍ୱିଟ କରି କହିଛନ୍ତି ଯେ, କ୍ରିଷ୍ଣକୁମାର ଜଣେ ଭଲ ଗାୟକ ଥିଲେ । ସେ ପ୍ରତ୍ୟେକ ବର୍ଗର ଲୋକଙ୍କ ମନକୁ ଛୁଇଁଲା ଭଳି ଗୀତ ଗାଇଥିବାବେଳେ ଅନେକ ଭାଷାରେ ବି ଗୀତ ଗାଇ ସମସ୍ତଙ୍କୁ ମୁଗ୍ଧ କରିଛନ୍ତି । ତାଙ୍କ ଅକାଳ ମୃତ୍ୟୁ ସଙ୍ଗୀତ ଜଗତ ପାଇଁ ଅପୂରଣୀୟ କ୍ଷତି ପହଞ୍ଚାଇଛନ୍ତି । ସେହିପରି ବଲିଉଡ ଅଭିନେତା ଅକ୍ଷୟ କୁମାର, ଅଜୟ ଦେବଗନ, ମ୍ୟୁଜିକ ଡିରେକ୍ଟର ଭିଶାଲ ଆଦି ଅନେକ ସହଯୋଗୀଙ୍କୁ ହରାଇ ଶୋକ ପ୍ରକାଶ କରିଛନ୍ତି ।

ପ୍ରକାଶ ଯେପରଲୋକରେ ବଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ କ୍ରିଷ୍ଣକୁମାର କୁନ୍ନାଥ ଓରଫ କେକେ। ଗତକାଲି ରାତିରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୩ ବର୍ଷ ହୋଇଥିଲା। କୋଲକାତାର ନଜୁରଲ ମଞ୍ଚଠାରେ ଏକ କନସର୍ଟରେ ଗାଇବା ପରେ ହଠାତ୍ ଅସୁସ୍ଥ ହୋଇ ତଳେ ପଡିଗଲେ। ତାଙ୍କୁ ତୁରନ୍ତ ସ୍ଥାନୀୟ ସିଏମଆରଆଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

କୁହାଯାଉଛି ଯେ ହୃଦଘାତରେ କେକେଙ୍କର ମୃତ୍ୟୁ ହୋଇଛି, କିନ୍ତୁ ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ହିଁ ପ୍ରକୃତ କାରଣ ଜଣାପଡ଼ିବ। ଦୁଇ ଦିନିଆ କନ୍ସର୍ଟ ପାଇଁ କେ.କେ କୋଲକାତା ଆସିଥିଲେ। ସୋମବାର ମଧ୍ୟ ତାଙ୍କର କନ୍ସର୍ଟ ହୋଇଥିଲା। ସେ ବିବେକାନନ୍ଦ କଲେଜରେ ସେହି କାର୍ୟ୍ୟକ୍ରମ କରିଥିଲେ। କିନ୍ତୁ ଦ୍ୱିତୀୟ ଦିନ କନସର୍ଟ ପରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହୋଇଗଲା ଆଉ ସବୁଦିନ ପାଇଁ ସେ ସମସ୍ତଙ୍କୁ ଛାଡି ଚାଲିଗଲେ।


Powered by Froala Editor