ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ନବୀନ

ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ନବୀନ

ଜାତୀୟ ଖବର

ଭୁବନେଶ୍ବର: ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀନି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାକୁ ନେଇ ସେ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି । ଏହାପୂର୍ବରୁ ସେ ଦ୍ରୌପଦୀ ମୁର୍ମୁଙ୍କ ସମର୍ଥନ କରିବେ ବୋଲି ସ୍ପଷ୍ଟ କରିଥିଲେ ।

ମୁଖ୍ୟମନ୍ତ୍ରୀ ଟ୍ବିଟ୍‌ କରି କହିଛନ୍ତି ଯେ, "ରାଷ୍ଟ୍ରପତି ପ୍ରାର୍ଥୀନି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହୋଇ ତାଙ୍କୁ ନିର୍ବାଚନ ପାଇଁ ଶୁଭେଚ୍ଛା ଜଣାଇଲି । ତାଙ୍କ ରାଷ୍ଟ୍ରପତି ପ୍ରାର୍ଥୀତ୍ବ ଓଡିଶାବାସୀଙ୍କ ପାଇଁ ଗର୍ବ ଏବଂ ଗୌରବର ବିଷୟ । ଓଡ଼ିଶାରୁ ସମସ୍ତ ଭୋଟ ପାଇବେ ବୋଲି ମୁଁ ଆଶା କରୁଛି ।"ନାମାଙ୍କନ ଦାଖଲ କରିବା ପୂର୍ବରୁ ବିରୋଧୀ ନେତାମାନଙ୍କୁ ଫୋନ୍‌ କରି ସମର୍ଥନ ଲୋଡିଥିଲେ ଦ୍ରୌପଦୀ ମୁର୍ମୁ । ଦ୍ରୌପଦୀ ପ୍ରଥମେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ , ଏନସିପି ମୁଖ୍ୟ ଶରଦ ପାୱର ,  ଏନସି ମୁଖ୍ୟ ଫାରୁକ ଅବଦୁଲ୍ଲା ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରମୁଖଙ୍କୁ ଫୋନ୍‌ କରି ତାଙ୍କୁ ସମର୍ଥନ କରିବାକୁ ଅନୁରୋଧ କରିଥିଲେ ।

ରାଷ୍ଟ୍ରପତି ନିର୍ବାଚନ ପାଇଁ ମିଳିତ ବିରୋଧୀ ଦଳ ଟିଏମସି ନେତା ତଥା ବରିଷ୍ଠ ରାଜନେତା ଯଶୱନ୍ତ ସିହ୍ନାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିଛନ୍ତି । 

Powered by Froala Editor