ବ୍ରହ୍ମପୁର : ଭିଜିଲାନ୍ସ ଜାଲରେ ପଞ୍ଚାୟତ ପିଇଓ। ଲାଞ୍ଚ ନେବା ବେଳେ ଧରାପଡ଼ିଲେ ପାତ୍ରପୁର ବ୍ଳକ୍ ତୁତୁବୁଡି ପଞ୍ଚାୟତ ପିଇଓ ରାଜେନ୍ଦ୍ର କୁମାର ବେହେରା। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମିତ ଘର ବାବଦର ଶେଷ ପର୍ୟ୍ୟାୟର ୩୦ ହଜାର ଟଙ୍କା ରିଲିଜ୍ କରିବାକୁ ୬ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଛନ୍ତି। ଏକକାଳୀନ ୨ଟି ସ୍ଥାନରେ ରେଡ୍ ହୋଇଛି। କେ ନୂଆଗାଁ ଥାନା ଅନ୍ତର୍ଗତ ବନମାଳି ଏବଂ ବ୍ରହ୍ମପୁର ଲକ୍ଷ୍ମୀବିହାର ପ୍ରଥମ ଲାଇନ୍ ଭଡା ଘରେ ରେଡ୍ ଚାଲିଛି। ଏନେଇ ବ୍ରହ୍ମପୁର ଭିଜିଲାନ୍ସ ଏସ୍ପି ସୂଚନା ଦେଇଛନ୍ତି।
Powered by Froala Editor
