୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟ ଖବର

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଛି। ଏଥିପାଇଁ ଉପକୂଳ ଓଡ଼ିଶାଠାରୁ ଆରମ୍ଭ କରି ଉତ୍ତର, ଦକ୍ଷିଣ ଓ ପଶ୍ଚିମ ଓଡ଼ିଶା ପର୍ୟ୍ୟନ୍ତ ସବୁଠି ବର୍ଷା ଜାରି ରହିଛି।

ଆଜି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।କ
ପାଣିପାଗ ବିଭାଗର ସୂଚନା ଅନୁସାରେ, ପଶ୍ଚିମ ଓଡ଼ିଶାର ୬ଟି ଜିଲ୍ଲା ଓ ଦକ୍ଷିଣ ଓଡ଼ିଶାର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।  ପଶ୍ଚିମ ଓଡ଼ିଶାର ସେହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ନୂଆପଡ଼ା ଓ କଳାହାଣ୍ଡି । ସେହିପରି ଦକ୍ଷିଣ ଓଡ଼ିଶାର ୬ ଜିଲ୍ଲା ହେଲା ଗଜପତି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି।

Powered by Froala Editor