ଅଗଷ୍ଟ ୧୧ରୁ +୩ ନାମଲେଖା ପାଇଁ ଆବେଦନ ଆରମ୍ଭ

ଅଗଷ୍ଟ ୧୧ରୁ +୩ ନାମଲେଖା ପାଇଁ ଆବେଦନ ଆରମ୍ଭ

ରାଜ୍ୟ ଖବର


ଭୁବନେଶ୍ୱର : ଯୁକ୍ତ ଦୁଇ ବିଜ୍ଞାନ, ବାଣିଜ୍ୟ ଓ କଳାର ପରୀକ୍ଷା ଫଳ ପ୍ରକାଶ ପାଇସାରିଛି । ଜୁଲାଇ ୨୭ ତାରିଖରେ ବିଜ୍ଞାନ ଓ ବାଣିଜ୍ୟର ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋମବାର କଳାର ପରୀକ୍ଷା ଫଳ ପ୍ରକାଶ ପାଇଥିଲା । ଚଳିତ ବର୍ଷ ଯୁକ୍ତ ଦୁଇ ବିଜ୍ଞାନରେ ପାସ୍ ହାର ୯୪% ରହିଥିବା ବେଳେ ବାଣିଜ୍ୟରେ ୮୯% ଓ କଳାରେ ୮୨.୧୦% ରହିଛି । 

ଅଗଷ୍ଟ ୧୧ ତାରିଖରୁ ଯୁକ୍ତ ୩ରେ ନାମ ଲେଖାଇବା ପାଇଁ ଆବେଦନ ଆରମ୍ଭ ହେବ । ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଏଥିପାଇଁ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ଛାତ୍ରଛାତ୍ରୀମାନେ ଅଗଷ୍ଟ ୧୧ରୁ ସାମ୍ସ ପୋର୍ଟାଲ ମାଧ୍ୟମରେ ଆବେଦନ କରିପାରିବେ । ୧୧ର ତାରିଖ ଦିନ ୧୧ଟା ଠାରୁ  ଅନ୍ଲାଇନ୍ ଆବେଦନ ଫର୍ମ ଉପଲବ୍ଧ ହେବ । ଆବେଦନ କରିବାର ଶେଷ ତାରିଖ ରହିଛି ଅଗଷ୍ଟ ୨୫ । ଅଗଷ୍ଟ ୨୫ ତାରିଖ ରାତି ୧୧ଟା ୪୫ ମିନିଟ୍ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ ।

ଅଗଷ୍ଟ ୩୧ ତାରିଖରେ ପ୍ରଥମ ମେରିଟ୍ ଲିଷ୍ଟ୍ ପ୍ରକାଶ ପାଇବ । ସେମାନଙ୍କର ଆଡମିଶନ ପ୍ରକ୍ରିୟା ସେପ୍ଟେମ୍ବର ୨ରୁ ୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହା ପରେ ସେପ୍ଟେମ୍ବର ୧୧ରେ ୨ୟ ମେରିଟ ଲିଷ୍ଟ ପ୍ରକାଶ ପାଇବ । ଏଥିରେ ଯେଉଁ ଛାତ୍ରଛାତ୍ରୀଙ୍କ ନାଁ ଥିବ ସେମାନଙ୍କ ନାମଲେଖା ସେପ୍ଟେମ୍ବର ୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହା ପରେ ସିଟ୍ ଖାଲି ପଡିଲେ ସେପ୍ଟେମ୍ବର ୧୬ ତାରିଖରେ ସେ ସଂପର୍କିତ ସୂଚନା ସାମ୍ସ ପୋର୍ଟାଲରେ ଉପଲବ୍ଧ ହେବ ।

Powered by Froala Editor