ବନ୍ୟା ସମୟରେ ନବୀନଙ୍କ ବଡ଼ ନିର୍ଦ୍ଦେଶ

ବନ୍ୟା ସମୟରେ ନବୀନଙ୍କ ବଡ଼ ନିର୍ଦ୍ଦେଶ

ରାଜ୍ୟ ଖବର

ଭୁବନେଶ୍ବର: ସୁବର୍ଣ୍ଣରେଖା ବଡ ଧରଣର ବନ୍ୟା ଆଶଙ୍କା ଦେଖାଦେଇଛି । ଏହି ବନ୍ୟା ବନ୍ୟା ପରିଚାଳନା ପାଇଁ ବାଲେଶ୍ବର ଜିଲ୍ଲାପାଳଙ୍କୁ ଏସଆରସି କ୍ଷମତା ମିଳିଛି । ବାଲେଶ୍ବର ଜିଲ୍ଲାପାଳଙ୍କୁ ସ୍ବତନ୍ତ୍ର କ୍ଷମତା ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲାପାଳଙ୍କୁ ଗୋଟିଏ ହେଲିକପ୍ଟର ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ଏସଆରସି ପ୍ରଦୀପ ଜେନା ଟ୍ବିଟ୍ ଯୋଗେ ସୂଚନା ଦେଇଛନ୍ତି ।
ପ୍ରକାଶ ଯେଏବେ ଉତ୍ତର ଓଡ଼ିଶାରେ ବନ୍ୟା ଆଶଙ୍କା ଦେଖାଦେଇଛି। ସୁବର୍ଣ୍ଣରେଖା ଅବବାହିକାରେ ପ୍ରବଳ ବନ୍ୟା ସମ୍ଭାବନା ରହିଛି ବୋଲି ରବିବାର ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆର୍‌ସି) ପ୍ରଦୀପ ଜେନା। ୨୦୦୮ରେ ସୁବର୍ଣ୍ଣରେଖାରେ ସବୁଠୁ ବଡ଼ ବନ୍ୟା ଆସିଥିବା କୁହାଯାଉଥିବା ବେଳେ ଏଥର ତା’ଠାରୁ ଅଧିକ ପ୍ରଭାବ ପଡ଼ିବ ବୋଲି ଏସ୍‌ଆର୍‌ସି ସତର୍କ କରାଇ ଦେଇଛନ୍ତି।
ସେ କହିଛନ୍ତି, ଝାଡ଼ଖଣ୍ଡର ଗାଲୁଡ଼ିହି ବ୍ୟାରେଜ୍‌ ଗେଟ୍ ଦେଇ ପ୍ରାୟ ୬ ଲକ୍ଷ କ୍ୟୁସେକ ପାଣି ଆସୁଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇପାରେ। ଜାମଶୋଳା ଘାଟରେ ସୁବର୍ଣ୍ଣରେଖା ଏବେ ବିପଦ ସଂକେତ ଠାରୁ ୪ମିଟର ଉପରେ ରହିଛି।  ବନ୍ୟା ହେଲେ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ଭୋଗରାଇ, ଜଳେଶ୍ୱର ଓ ବସ୍ତା ବ୍ଲକ ପ୍ରଭାବିତ ହେବ। ଏହି ସବୁ ଅଞ୍ଚଳରେ ବନ୍ୟାର ପ୍ରକୋପ ଅଧିକ ରହିବ। ଆଜି ଅପରାହ୍ନରୁ ବନ୍ୟାର ପ୍ରଭାବ ପଡ଼ିବ ଓ ଏହା ଆସନ୍ତାକାଲି ସନ୍ଧ୍ୟା ପର୍ୟ୍ୟନ୍ତ ରହିବ।

ପ୍ରବଳ ବନ୍ୟାକୁ ଦୃଷ୍ଟିରେ ରଖି ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍ ଓ ଅଗ୍ନିଶମ ବାହିନୀର ୪୦ଟି ଟିମ୍ ମୁତୟନ ହେବେ ବୋଲି ଏସ୍‌ଆର୍‌ସି ଶ୍ରୀ ଜେନା କହିଛନ୍ତି।

Powered by Froala Editor