ଭୁବନେଶ୍ୱର: ପଦ୍ମଶ୍ରୀ କମଳା ପୂଜାରୀଙ୍କୁ କଟକ ବଡ଼ ମେଡିକାଲ(ଏସ୍ସିବି)କୁ ସ୍ଥାନାନ୍ତର କରାଯାଇଛି। ଅଧିକ ଚିକିତ୍ସା ପାଇଁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।
କମଳା ପୂଜାରୀଙ୍କୁ ଝାଡ଼ା ଓ ଜ୍ୱର ହେଉଥିଲା। ଚିକିତ୍ସା ପରେ ତାଙ୍କର ଝାଡ଼ା ଓ ଜ୍ୱର କମିଯାଇଛି। ତାଙ୍କର ରକ୍ତ ଓ ପରିଶ୍ରା ପରୀକ୍ଷା କରିବା ପରେ ୟୁରିଆ ଓ କ୍ରେଟିନ୍ ଅଧିକ ଆସିବାରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ତାଙ୍କ ଅବସ୍ଥା ଭଲ ଅଛି।
ଗତ ରବିବାର ଦିନ କମଳା ପୂଜାରୀ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ଜ୍ୱର ସହ ଝାଡ଼ାବାନ୍ତି ହୋଇଥିଲା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସ୍ୱତନ୍ତ୍ର କେବିନରେ ତାଙ୍କର ଚିକିତ୍ସା କରାଯାଉଥିଲା। ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କର ଚିକିତ୍ସା କରୁଥିଲେ। ଅଧିକ ଚିକତ୍ସା ପାଇଁ ଆମ୍ବୁଲାନ୍ସ ଯୋଗେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ଜଣାଯାଇଛି।କୃଷି କ୍ଷେତ୍ରରେ ପ୍ରମୁଖ ଅବଦାନ ପାଇଁ କମଳା ପୂଜାରୀଙ୍କୁ ପଦ୍ମଶ୍ରୀ ପୁରସ୍କାର ମିଳିଥିଲା।
Powered by Froala Editor
