ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ରାଜ୍ୟ ଖବର

ଭୁବନେଶ୍ୱର: ସକ୍ରିୟ ଘୂର୍ଣ୍ଣିବଳୟଟି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଳରେ ଆଜି ଏକ ଲଘୁଚାପର ରୂପ ନେଇଛି । ଆସନ୍ତା ୪୮ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ  ସୁଦୃଶ୍ୟ ଲଘୁଚାପର ପରିଣତ ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଆଜିଠୁ ରାଜ୍ୟର ଅଧିକାଂଶ ଅଂଳରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି ।

ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ କହିଛନ୍ତି ଯେ,  ଲଘୁଚାପ ପ୍ରଭାବରେ ୮ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୮ ତାରିଖରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଏଥିପାଇଁ ୫ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡିକ ହେଲା ପୁରୀ, ଗଂଜାମ, ଗଜପତି, ରାୟଗଡ଼ା  ଓ କୋରାପୁଟ । ଏହାସହ ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ୯ ତାରିଖରେ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ପାଇବ । ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ୮ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି ।  ଏହି ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର ଓ ମାଲକାନଗିରି । 

Powered by Froala Editor