ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ଫଳରେ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଆଗାମୀ ୧୨ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା-ଉପକୂଳ ଆଡ଼କୁ ଗତି କରିବ । ଲଘୁଚାପ ପ୍ରଭାବରେ ଆଜିଠୁ ୨୩ ତାରିଖ ପର୍ୟ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ବିଜୁଳି ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ବିଶେଷ କରି ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଜଗତସିଂହପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଏବଂ କୋରାପୁଟ ପ୍ରଭୃତି ୧୦ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ୧୦ଟି ଜିଲ୍ଲାକୁ ଅରେଞ୍ଜଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ସେହିପରି ଗଜପତି, ମାଲକାନାଗିରି, ରାୟଗଡ଼ା, ଖୋର୍ଦ୍ଧା, କେନ୍ଦ୍ରପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ସୋନପୁର, ବଲାଙ୍ଗୀର ଏବଂ ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।
Powered by Froala Editor
