ଆଜି ରାଜ୍ୟରେ ୮୪କରୋନା ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଆଜି ରାଜ୍ୟରେ ୮୪କରୋନା ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ରାଜ୍ୟ ଖବର

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୨୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୬ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫ ଜଣ, ଖୋର୍ଦ୍ଧାରୁ ୧୩ ଜଣ, ସୁନ୍ଦରଗଡ଼ରୁ ୧୨ ଜଣ, କଟକରୁ ୧୦ ଜଣ, କଳାହାଣ୍ଡି, ନୂଆପଡ଼ାରୁ ୫ ଜଣ, ବାଲେଶ୍ବରରୁ ୪ ଜଣ, ବରଗଡ଼, ବଲାଙ୍ଗୀର, ଯାଜପୁର,ଝାରସୁଗୁଡ଼ା, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଁଏ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୩ ଜଣ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୩୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୨୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୫୪୪୦ଜଣ ସୁସ୍ଥ ହୋଇଛନ୍ତି ।

Powered by Froala Editor