ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ : ନିଯୁକ୍ତି ଦିନ ଠାରୁ ଇନକ୍ରିମେଣ୍ଟ ଲାଗୁ ହେବ

ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ : ନିଯୁକ୍ତି ଦିନ ଠାରୁ ଇନକ୍ରିମେଣ୍ଟ ଲାଗୁ ହେବ

ରାଜ୍ୟ ଖବର

 

ଭୁବନେଶ୍ୱର:  ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସନ୍ଧ୍ୟାରେ ଘୋଷଣା କରିଥିବାବେଳେ ରବିବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।  ଏହା ଦ୍ୱାରା ୫୭ ହଜାରରୁ ଅଧିକ ଚୁକ୍ତିଭିତ୍ତିକ କର୍ମଚାରୀ ନିୟମିତ ହେବେ ।  ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି ।  ଚୁକ୍ତି ଭିତ୍ତିକ ଗ୍ରୁପ ବି, ଗ୍ରୁପ ସି ଓ ଗ୍ରୁପ ଡି ନିଯୁକ୍ତି ଉଚ୍ଛେଦ ନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ଗତକାଲି ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ନେଇ ରାଜ୍ୟ କ୍ୟାବିନେଟରେ ଅନୁମୋଦନ ଲାଭ କରିଥିଲା ।
 ତେବେ ଆଜି  ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁଯାୟୀ ଚୁକ୍ତିଭିତ୍ତିକ ନିଯୁକ୍ତି ଦିନ ଠାରୁ ଇନକ୍ରିମେଣ୍ଟ ଲାଗୁ ହେବ ।  ଯେଉଁମାନେ ୬ ବର୍ଷ ପୂରଣ କରିସାରିଛନ୍ତି, ତାଙ୍କୁ ବି ବି ଗଣାଯିବ ।  ନିୟମିତ ହେବା ପରେ ସେମାନଙ୍କ ପଦୋନ୍ନତି ଲାଗୁ ହେବ ।

ଗତକାଲି ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ନେଇ ରାଜ୍ୟ କ୍ୟାବିନେଟରେ ଅନୁମୋଦନ ଲାଭ କରିଥିଲା । ପରେ ମୁଖ୍ୟମନ୍ତ୍ରୀ ଘୋଷଣା କରି କହିଥିଲେ ଯେ ରାଜ୍ୟରୁ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥାକୁ ସବୁଦିନ ପାଇଁ ଉଚ୍ଛେଦ କରାଯାଇଛି । ଓଡ଼ିଶାରେ ଚୁକ୍ତିଭିତ୍ତିକ ନିଯୁକ୍ତିର ଯୁଗ ଶେଷ ହେଲା । ସବୁ ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମିତ ହେବ । ବହୁଦିନ ଧରି ଏହି ସୁଦିନକୁ ସେ ଅପେକ୍ଷା କରିଥିଲେ । ଆସନ୍ତାକାଲି ସରକାରଙ୍କ ପକ୍ଷରୁ ଏହି ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ସଂକ୍ରାନ୍ତ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ । ୫୭ହଜାରରୁ ଅଧିକ କର୍ମଚାରୀ ନିୟମିତ ହେବେ। ଏଥିପାଇଁ ହାରାହାରି ୧୩୦୦କୋଟି ଟଙ୍କାରୁ ଅଧିକ ଅର୍ଥ ଖର୍ଚ୍ଚ ହେବ । ଏହି ଚୁକ୍ତିଭିତ୍ତିକ ନିଯୁକ୍ତି ପାଇଥିବା ପରିବାର ପାଇଁ ଏହା ଆଗୁଆ ଦୀପାବଳି ।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆହୁରି ମଧ୍ୟ କହିଥିଲେ ଯେ, ୨୦୦୦ ମସିହାରେ ସେ ଓଡ଼ିଶାର ସେବା କରିବାର ସୁଯୋଗ ପାଇବାବେଳେ ମହାବାତ୍ୟା ପରର ସ୍ଥିତି ଓ ଦୁର୍ବଳ ଆର୍ଥିକ ବ୍ୟବସ୍ଥା ତାଙ୍କ ପାଇଁ ସବୁଠୁ ବଡ଼ ଚ୍ୟାଲେଞ୍ଜ ଥିଲା । ରାଜ୍ୟ ଓଭରଡ୍ରାଫ୍ଟରେ ଚାଲୁଥିଲା । ନିତିଦିନ ଖର୍ଚ୍ଚ ପାଇଁ ସରକାରଙ୍କୁ ରିଜର୍ଭ ବ୍ୟାଙ୍କ ଉପରେ ନିର୍ଭର କରିବାକୁ ପଡ଼ୁଥିଲା । ଏହି ସମୟ ସେତେବେଳେ ଓଡ଼ିଶା ଅର୍ଥନୀତି ପାଇଁ କଳା ସମୟ ଥିଲା । ସୀମିତ ସମ୍ବଳ ଭିତରେ ରାଜ୍ୟର ବିକାଶ କରିବା ସବୁଠୁ ବଡ଼ ପ୍ରାଥମିକତା ଥିଲା । ସେତେବେଳେ ନିଯୁକ୍ତି ପୁରାପୁରି ବନ୍ଦ ଥିଲା । ସବୁ ପଦବୀ ଉଚ୍ଛେଦ କରିବାକୁ ପଡ଼ୁଥିଲା । ଏହା ବେଶ୍ କଷ୍ଟକର ଥିଲା। ରାଜ୍ୟର ପିଲାମାନେ ନିଯୁକ୍ତି ନପାଇ ହଇରାଣ ହେଉଥିଲେ । ଏହା ବହୁତ ଦୁଃଖ ଦେଉଥିଲା । ପ୍ରତିଦିନ ମନରେ ଚିନ୍ତା ଆସୁଥିଲା କେବେ ପରିସ୍ଥିତିରେ ଉନ୍ନତି ଆସିବ ଓ ପିଲାମାନେ ସ୍ଥାୟୀ ନିଯୁକ୍ତି ପାଇବେ ।

ଆପଣମାନଙ୍କ ସହଯୋଗ ଓ ମହାପ୍ରଭୁଙ୍କ ଆଶୀର୍ବାଦରେ ଉତ୍ତର ଆର୍ଥିକ ପରିଚାଳନା ଓ ସୁଶାସନ ଜରିଆରେ ଧୀରେ ଧୀରେ ପରିସ୍ଥିତିରେ ଉନ୍ନତି ଆସିଲା । ୨୦୧୩ରୁ ଚୁକ୍ତିଭିତ୍ତିକ ନିଯୁକ୍ତି ଆରମ୍ଭ କଲୁ । ଏହା ସେତେବେଳେ ମୋ’ ପାଇଁ କଷ୍ଟକର ନିଷ୍ପତ୍ତି ଥିଲା । ଏବେ ଆମ ଅର୍ଥନୀତିରେ ଉନ୍ନତି ଆସିଛି । ବିକାଶ କ୍ଷେତ୍ରରେ ଓଡ଼ିଶା ସାରା ଦେଶରେ ଏକ ନୂଆ ପରିଚୟ ସୃଷ୍ଟି କରିପାରିଛି ।



Powered by Froala Editor