ଭୁବନେଶ୍ୱର: ଆଜି ବିଜେପି ପ୍ରାର୍ଥୀ ସୂର୍ୟ୍ୟବଂଶୀ ସୂରଜଙ୍କ ପାଇଁ ଧାମନଗର ନିର୍ବାଚନ ମଣ୍ଡଳୀର ବିଭିନ୍ନ ପଞ୍ଚାୟତରେ ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଧର୍ମେନ୍ଦ୍ର ଚଳିତ ମାସ ୨୮ ଓ ୨୯ ତାରିଖ ଦୁଇ ଦିନ ଧାମନଗରରେ ଘରକୁ ଘର ବୁଲି ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ।
ଶ୍ରୀ ପ୍ରଧାନ ଧାମନଗର ବ୍ଲକର ଦୋବଲ ବଜାରରୁ ପଦଯାତ୍ରା ଆରମ୍ଭ କରି ଧାମନଗର ଏନ୍ଏସିର ମେଡିକାଲ ବଜାର, କୋଠାର ପଞ୍ଚାୟତର କୋଠାର ଛକ ଓ ଅସୁରାଳୀରେ ପ୍ରଚାର କରିବେ । ପରେ ସହିଦନଗର ସ୍ଥିତ ଲୁଣିଆ ସହିଦ ପୀଠରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ପରେ ସେହି ସ୍ଥାନରେ ଶ୍ରୀ ପ୍ରଧାନଙ୍କ ପ୍ରଚାର କରିବାର କାର୍ୟ୍ୟକ୍ରମ ରହିଛି ।
ସେହିପରି ଅକ୍ଟୋବର ୨୯ରେ ତିହିଡି ବ୍ଲକର ପାଳିଆ ବଜାର, ଗୌମାଳା ଓ ବୋଡାକ ଠାରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପଦଯାତ୍ରା ମାଧ୍ୟମରେ ନିର୍ବାଚନ ପ୍ରଚାର କରିବାର କାର୍ୟ୍ୟକ୍ରମ ରହିଛି । ଏହା ସହିତ ସାଧାରଣ ଲୋକଙ୍କୁ ଭେଟି ବିଜେପି ପାଇଁ ସମର୍ଥନ ଲୋଡିବେ ବୋଲି ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ।
Powered by Froala Editor
