ଭୁବନେଶ୍ବର: ମିଲେଟ ମିଶନ ସାରା ବିଶ୍ବର ଦୃଷ୍ଟି ଆକର୍ଷଣ କରିବାରେ ସଫଳ ହୋଇଛି । ୟୁନାଇଟେଡ ନେସନ ମଧ୍ୟ ଏହି କାର୍ୟ୍ୟକ୍ରମର ପ୍ରଶଂସା କରିଛି । ଅନ୍ୟ ରାଜ୍ୟ ମାନଙ୍କ ପାଇଁ ଆଦର୍ଶ ହୋଇଛି । ରାଜ୍ୟର ସବୁ ଜିଲ୍ଲାରେ ମିଲେଟ ମିଶନ କାର୍ୟ୍ୟକାରି କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏବେ ଏହି ମିଶନ ସହ ୨ ଲକ୍ଷ ଚାଷୀ, ୮୨ଟି ଏଫପିସ ଓ ୧୨୦୦ ମିଶନ ଶକ୍ତି ଗ୍ରୁପ ସାମିଲ ହୋଇଛନ୍ତି । ଆଗକୁ ଆହୁରି ଚାଷୀ ଓ ମିଶନ ଶକ୍ତି ଗ୍ରୁପ ଏହି କାର୍ୟ୍ୟକ୍ରମରେ ସାମିଲ ହେବେ । ପୁଷ୍ଟି ସହ ସମୃଦ୍ଧି ଯୋଡି ହୋଇ ରହିଛି । ପ୍ରତିବର୍ଷ ନଭେମ୍ବର ୧୦ ତାରିଖକୁ ଆମେ ମାଣ୍ଡିଆ ଦିବସ ଭାବରେ ପାଳନ କରିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ମାଣ୍ଡିଆ ହେଉଛି ପୁଷ୍ଟିର ଭଣ୍ଡାର । ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୁଢା ପର୍ୟ୍ୟନ୍ତ ସମସ୍ତଙ୍କୁ ଏହା ପୁଷ୍ଟି ଯୋଗାଉଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଣ୍ଡିଆ ଦିବସ ଅବସରରେ କହିଛନ୍ତି।
ଆମ ରାଜ୍ୟରେ ଛୋଟ ଚାଷୀ, ଗରିବ ଆଦିବାସୀ ଚାଷୀ ମାଣ୍ଡିଆ ଚାଷ କରିଥାନ୍ତି । ସେମାନଙ୍କ ଅବସ୍ଥାରେ ଉନ୍ନତି ଏବଂ ଲୋକଙ୍କୁ ପୁଷ୍ଟି ଯୋଗାଣ ଏ ଦୁଇଟି ବିଷୟକୁ ଧ୍ୟାନ ଦେଇ ମିଲେଟ ମିଶନ ଆରମ୍ଭ କରାଯାଇଛି। ଏଥିରେ ପାଞ୍ଚ ବର୍ଷରେ ଦୁଇ ହଜାର ଆଠ ଶହ କୋଟି ଟଙ୍କା ଖର୍ଚ୍ଚ କରାଯିବ।
ମାଣ୍ଡିଆକୁ ଶ୍ରେଷ୍ଠ ଆହାର ଭାବରେ ଲୋକପ୍ରିୟ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ କରିଛନ୍ତି।
Powered by Froala Editor
