ଆଜି ଅପରାହ୍ଣରେ  ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ

ଆଜି ଅପରାହ୍ଣରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ

ରାଜ୍ୟ ଖବର

ଭୁବନେଶ୍ୱର:  ଆଜିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ । ଏହା ଡିସେମ୍ବର ୧୧ ପର୍ୟ୍ୟନ୍ତ ଚାଲିବ । ଏହି ଅଧିବେଶନରେ ମୋଟ ୩୩ଟି କାର୍ୟ୍ୟ ଦିବସ ରହିଛି । ଅଧିବେସନର ପ୍ରଥମ ଦିନ ତଥା ଆଜି ୨୦୨୨-୨୩ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ ଆଗତ କରାଯିବ । ନଭେମ୍ବର ୩୦ ଏବଂ ଡିସେମ୍ବର ୧ ତାରିଖ ଦୁଇ ଦିନ ଧରି ଖର୍ଚ୍ଚ ଦାବି ଉପରେ ଆଲୋଚନା କରାଯିବ । ଏବଂ ୨ ରେ ବ୍ୟୟ ମଞ୍ଜୁରୀ ବିଲ ପାରିତ ହେବ । ଏହି ଅଧିବେଶନର ପ୍ରଥମ ଦିନରେ ୨୦୨୨-୨୩ ଆର୍ଥିକ ବର୍ଷ ନିମନ୍ତେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବେ । ଅତିରିକ୍ତ ବଜେଟ୍ ଉପରେ ବ୍ୟୟମଞ୍ଜୁରୀ ବିଲ ଡିସେମ୍ବର ୨ ତାରିଖରେ ପାରିତ କରାଯିବ । ଏହି ଦୀର୍ଘ ଅଧିବେଶନ‌ରେ ୬ଟି ବେସରକାରୀ କାର୍ୟ୍ୟଦିବସ ରହିଛି ।

 ଗୃହର ଆରମ୍ଭରୁ ଦିବଂଗତ ନେତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିରୋଧୀ ଦଳନେତା ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ତାହାସହ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଦିବଂଗତ ନେତା ମାନଙ୍କ ଅମର ଆତ୍ମାର ସଦଗତି ପାଇଁ ଗୃହରେ ନିରବ ପ୍ରାର୍ଥନା କରାଯାଇଛି ।
ବିଜୟ ରଞ୍ଜନ ସିଂ ବରିହା, ବିଷ୍ଣୁ ଚରଣ ସେଠୀ, ଗୋଲକ ବିହାରୀ ନାୟକ, କପିଲ ନାରାୟଣ ତିଓ୍ୱାରୀ, ଗୋପ ନାରାୟଣ ଦାସ ଓ ଆଦିକନ୍ଦ ସେଠୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି ।

Powered by Froala Editor