ଏକାମ୍ର ହାଟରେ ‘ସ୍ୱତନ୍ତ୍ର ହସ୍ତତନ୍ତ ମେଳା-୨୦୨୨’

ଏକାମ୍ର ହାଟରେ ‘ସ୍ୱତନ୍ତ୍ର ହସ୍ତତନ୍ତ ମେଳା-୨୦୨୨’

ରାଜ୍ୟ ଖବର


ଭୁବନେଶ୍ୱର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ସମ୍ବଲପୁରୀ ବସ୍ତ୍ରାଳୟ ପକ୍ଷରୁ ଆୟୋଜିତ ‘ସ୍ୱତନ୍ତ୍ର ହସ୍ତତନ୍ତ ମେଳା-୨୦୨୨’କୁ ଉଦ୍‌ଘାଟନ କରିଛନ୍ତି । ରାଜ୍ୟ ସରକାରଙ୍କ ପୋହି ୨୦୨୨-୨୩ ଯୋଜନାରେ ଭୁବନେଶ୍ୱରସ୍ଥିତ ଏକାମ୍ର ହାଟଠାରେ ଅନୁଷ୍ଠିତ ଏହି ମେଳା ଜନସାଧାରଣଙ୍କ ନିମନ୍ତେ ଡିସେମ୍ବର ୧୪ ତାରିଖ ପର୍ୟ୍ୟନ୍ତ ଚାଲିବ ।

ରାଜ୍ୟରେ ଥିବା ବିଭିନ୍ନ ହସ୍ତତନ୍ତ ସମିତି, ସ୍ୱୟଂ ସହାୟକ ଗୋଷ୍ଠୀ ଗୁଡ଼ିକରେ ଜଡ଼ିତ ଥିବା ବୁଣାକାରମାନଙ୍କ ଦ୍ୱାରା ପ୍ରସ୍ତୁତ ଲୁଗାର ବିକ୍ରୟ ବୃଦ୍ଧି ସହ ବୁଣାକାରମାନଙ୍କୁ ନିୟମିତ କାମ ଯୋଗାଇଦେବା ଲାଗି ବିଭାଗ ଦ୍ୱାରା ଅନୁମୋଦିତ ବାର୍ଷିକ ତାଲିକା ହିସାବରେ ଏହି ମେଳା ଆୟୋଜିତ ହୋଇଛି । ଏହି ମେଳାରେ ସମ୍ବଲପୁରୀ ବସ୍ତ୍ରାଳୟ ସହ ରାଜ୍ୟର ବରଗଡ଼, କଟକ, ସୋନପୁର, ଆଠଗଡ଼, ଢେଙ୍କାନାଳ, ବାରିପଦା, ଖୋର୍ଦ୍ଧା, ନୟାଗଡ଼, କଳାହାଣ୍ଡି, ବଲାଙ୍ଗୀର ଓ ବୌଦ୍ଧ ବୟନ ମଣ୍ଡଳମାନଙ୍କରୁ ଆସିଥିବା ୩୫ଟି ସମବାୟ ସମିତି ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସେମାନଙ୍କ ଉତ୍ପାଦିତ ଲୁଗାର ପ୍ରଦର୍ଶନୀ ଏବଂ ବିକ୍ରୟ କରିବେ ।

ଏଥିଲାଗି ସେମାନଙ୍କୁ ୩୪ଟି ଦେୟମୁକ୍ତ ଷ୍ଟଲ ପ୍ରଦାନ କରାଯାଇଛି । 

Powered by Froala Editor