କେନ୍ଦୁପତ୍ର ଉପରୁ ଜିଏସଟି ଛାଡ଼ କରିବାକୁ ରାଜ୍ୟସଭାରେ ଦାବି କଲେ ବିଜେଡି ସାଂସଦ

କେନ୍ଦୁପତ୍ର ଉପରୁ ଜିଏସଟି ଛାଡ଼ କରିବାକୁ ରାଜ୍ୟସଭାରେ ଦାବି କଲେ ବିଜେଡି ସାଂସଦ

ରାଜ୍ୟ ଖବର

ଭୁବନେଶ୍ୱର: କେନ୍ଦୁପତ୍ର ଉପରୁ ୧୮ ପ୍ରତିଶତ ଜିଏସଟି ଛାଡ଼ କରିବାକୁ ରାଜ୍ୟସଭାରେ ଦାବି କଲେ ବିଜେଡି ସାଂସଦ ନିରଞ୍ଜନ ବିଶି ଓ ସୁଜିତ କୁମାର। ଓଡିଶାର ୮ଲକ୍ଷ ଆଦିବାସୀ ଓ ମହିଳା କେନ୍ଦୁପତ୍ର ତୋଳି ଗୁଜରାଣ ମେଣ୍ଟାଉଛନ୍ତି। କେନ୍ଦ୍ର ସରକାର କେନ୍ଦୁପତ୍ର ଉପରେ ୧୮ ପ୍ରତିଶତ ଜିଏସଟି ଲାଗୁ କରିବାରୁ ଏହା ୮ଲକ୍ଷ ଗରିବ କେନ୍ଦୁପତ୍ର ତୋଳାଳି ଓ ବନ୍ଧାଳିଙ୍କ ଜୀବନ ଜୀବିକା ଉପରେ ଗଭୀର ପ୍ରଭାବ ପକାଇଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁର୍ବରୁ କେନ୍ଦୁପତ୍ର ଉପରୁ ଜିଏସଟି ହଟାଇବାକୁ ଅନୁରୋଧ କରି କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଛନ୍ତି। କିନ୍ତୁ ବର୍ତ୍ତମାନ ସୁଦ୍ଧା କେନ୍ଦ୍ର ସରକାର ଏହା ଉପରେ କୌଣସି ନିଷ୍ପତ୍ତି ନେଇନଥିବା ସାଂସଦ କହିଛନ୍ତି। ୮ଲକ୍ଷରୁ ଅଧିକ ଗରିବ ଆଦିବାସୀଙ୍କ ଜୀବନ ଜୀବିକା ଓ ସାମୂହିକ ସ୍ବାର୍ଥକୁ ଦୃଷ୍ଟିରେ ରଖି କେନ୍ଦୁପତ୍ର ଉପରୁ ୧୮ପ୍ରତିଶତ ଜିଏସଟି ଉଠାଇ ଦେବାକୁ ଦାବି କରିଛନ୍ତି ସାଂସଦ ନିରଞ୍ଜନ ବିଶି ଓ ସୁଜିତ କୁମାର।

Powered by Froala Editor