ଚାକିରିରୁ ବହିଷ୍କୃତ ହେଲେ  ୯୬ ଶିକ୍ଷକ,  ଜାଣନ୍ତୁ କାହିଁକି ?

ଚାକିରିରୁ ବହିଷ୍କୃତ ହେଲେ ୯୬ ଶିକ୍ଷକ, ଜାଣନ୍ତୁ କାହିଁକି ?

ରାଜ୍ୟ ଖବର

ଭୁବନେଶ୍ୱର: ରାଜ୍ୟରେ ଦୀର୍ଘଦିନ ଧରି ବିନାନୁମତିରେ ଅନୁପସ୍ଥିତ ରହୁଥିବା ଶିକ୍ଷକମାନଙ୍କ ବିରୁଦ୍ଧରେ ରାଜ୍ୟ ସରକାର କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ପ୍ରାଥମିକ ସ୍କୁଲରେ କନିଷ୍ଠ ଶିକ୍ଷକ ବର୍ଗରେ କାର୍ୟ୍ୟ କରୁଥିବା ୯୬ଜଣ ପ୍ରାଥମିକ ଶିକ୍ଷକଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇ ସେମାନଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି ।
 ଗଣଶିକ୍ଷା ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ବିନାନୁମତିରେ ବହୁ ଶିକ୍ଷକ ଦୀର୍ଘଦିନ ଧରି ଅନୁପସ୍ଥିତ ରହୁଥିବା ଯୋଗୁ ସେମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିଷ୍ପତ୍ତି ନେଇଛନ୍ତି ।

ଦୀର୍ଘଦିନ ଧରି ଅନୁପସ୍ଥିତ ଥିବା ୨୬ଜଣ ପ୍ରାଥମିକ ଶିକ୍ଷକଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବାବେଳେ ୧୫୪ଜଣ ପ୍ରାଥମିକ ଶିକ୍ଷକଙ୍କୁ ଦୀର୍ଘଦିନ ଧରି ଅନୁପସ୍ଥିତ ଥିବା ପାଇଁ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି। ଆଗାମୀ ଦିନରେ ଏହି ସମୀକ୍ଷା ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରାଯିବା ସହ ଏଭଳି କାର୍ୟ୍ୟ କ୍ଷେତ୍ରରେ ଅବହେଳା କରୁଥିବା ଶିକ୍ଷକମାନଙ୍କ ବିରୁଦ୍ଧରେ ଉଚିତ୍ ଦଣ୍ଡବିଧାନ କରାଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।



Powered by Froala Editor