ରାଜ୍ୟରେ ସର୍ବମୋଟ କେତେ ଭୋଟର ଅଛନ୍ତି, ଜାଣନ୍ତୁ

ରାଜ୍ୟରେ ସର୍ବମୋଟ କେତେ ଭୋଟର ଅଛନ୍ତି, ଜାଣନ୍ତୁ

ରାଜ୍ୟ ଖବର

ଭୁବନେଶ୍ୱର: ରାଜ୍ୟର ୧୪୬ ଗୋଟି ବିଧାନସଭା ନିର୍ବାଚନ ମଣ୍ଡଳୀର ଚୂଡ଼ାନ୍ତ ଫଟୋ ଭୋଟର ତାଲିକା ପ୍ରକାଶ ପାଇଛି । ଜାନୁଆରୀ ୧ ତାରିଖ ୨୦୨୩କୁ ଯୋଗ୍ୟତାସୂଚକ ତାରିଖ ଭାବେ ଗ୍ରହଣ କରାଯାଇ ରାଜ୍ୟର ୫୮ଗୋଟି ନିର୍ବାଚନ ପଂଜୀକରଣ ଅଧିକାରୀ ତଥା ଉପଜିଲ୍ଲାପାଳଙ୍କ କାର୍ୟ୍ୟାଳୟ,
୩୦ଗୋଟି ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳଙ୍କ କାର୍ୟ୍ୟାଳୟ, ରାଜ୍ୟର ସବୁବୁଥ ଏବଂ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଓ୍ବେବସାଇଟରେ ୨୦୨୩ ମସିହାରେ ଫଟୋ ଭୋଟର ତାଲିକା ପ୍ରକାଶ କରାଯାଇଛି ।

୨୦୨୩ ମସିହାର ଚୂଡ଼ାନ୍ତ ଫଟୋ ଭୋଟର ତାଲିକା ଅନୁଯାୟୀ ରାଜ୍ୟରେ ସର୍ବମୋଟ ୩,୨୩,୪୯,୩୪୧ ଜଣ ଭୋଟର ଅଛନ୍ତି । ସେଥି ମଧ୍ୟରୁ ୧,୬୪,୯୬,୧୫୩ ଜଣ ପୁରୁଷ ଭୋଟର ହୋଇଥିବାବେଳେ ୧,୫୮,୪୯,୯୬୬ ଜଣ ମହିଳା ଏବଂ ୩୨୨୨ ଜଣ ତୃତୀୟଲିଙ୍ଗ ଭୋଟର ଅଛନ୍ତି ।
ଏତଦ୍‌ବ୍ୟତୀତ ଭୋଟର ତାଲିକା ସଂଶୋଧନ କାର୍ୟ୍ୟ ମଧ୍ୟରେ ୧୭ ବର୍ଷରୁ ଊଦ୍ଧ୍ୱର୍ ୭୮,୨୬୦ ଜଣ ଯୁବ ଭୋଟରଙ୍କ ଆଗୁଆ ଦରଖାସ୍ତ ଗ୍ରହଣ କରାଯାଇଛି ଏବଂ ପରବର୍ତ୍ତୀ ଯୋଗ୍ୟତାସୂଚକ ତାରିଖ ସମୟରେ ସେମାନଙ୍କ ନାମ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ ହେବ ।



Powered by Froala Editor