ବଢ଼ିଛି ଶୀତ, ସେମିଳିଗୁଡ଼ା ସବୁଠୁ ଅଧିକ ଥଣ୍ଡା

ବଢ଼ିଛି ଶୀତ, ସେମିଳିଗୁଡ଼ା ସବୁଠୁ ଅଧିକ ଥଣ୍ଡା

ରାଜ୍ୟ ଖବର


ଭୁବନେଶ୍ୱର :  ପୁଣି ରାଜ୍ୟର ବିଭିନ୍ନ ସ୍ଥାନରେ ବଢ଼ିଛି ଶୀତ। କୋରାପୁଟ ଜିଲ୍ଲା ସେମିଳିଗୁଡ଼ାରେ ଶନିବାର ରାତିରେ ସବୁଠୁ ଅଧିକ ଥଣ୍ଡା ଅନୁଭୂତ ହୋଇଥିଲା। ସେଠାରେ ଗତକାଲି ରାତିରେ ସର୍ବନିମ୍ନ ତାପମାତ୍ରା ୨ ଡିଗ୍ରୀ ରହିଥିଲା।
ସେହିଭଳି କିରେଇରେ ସର୍ବନିମ୍ନ ତାପମାତ୍ରା ୪.୪ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଜି. ଉଦୟଗିରିରେ ୪.୬, ଫୁଲବାଣୀରେ ୫, ରାଉରକେଲାରେ ୬.୪, ସୁନ୍ଦରଗଡ଼ରେ ୬.୫, କୋରାପୁଟରେ ୬.୫, ଝାରସୁଗୁଡ଼ାରେ ୬.୬, ଦାରିଙ୍ଗବାଡ଼ିରେ ୬.୭, କେନ୍ଦୁଝରରେ ୭.୨, ଭବାନୀପାଟଣାରେ ୭.୨, ଢେଙ୍କାନାଳରେ ୮, ସୋନପୁରରେ ୮.୫, ଅନୁଗୋଳରେ ୮.୬, ବାରିପଦାରେ ୯, ନବରଂଗପୁରରେ ୯, ସମ୍ବଲପୁରରେ ୯.୩, ରାଣୀତାଲରେ ୯.୪, ଭଦ୍ରକରେ ୯.୫, ମହିଷାପାଟରେ ୯.୫ ଓ ହୀରାକୁଦରେ ୯.୬ ଡିଗ୍ରୀ ରେକର୍ଡ କରାଯାଇଛି।

ଶନିବାର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କରାଯାଇଥିବା ଟ୍ୱିଟ୍ ଅନୁଯାୟୀ, ଆଜି ମଧ୍ୟ ରାଜ୍ୟର କିଛି ଜିଲ୍ଲାର କିଛି କିଛି ଅଞ୍ଚଳରେ ତାପମାତ୍ରା ସ୍ୱାଭାବିକ ତାପମାତ୍ରା ଠାରୁ ୪ରୁ ୫ ଡିଗ୍ରୀ କମ୍ ରହିବ। ସେଥିପାଇଁ ସେହି ଜିଲ୍ଲା ଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଉଛି- ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୋଳ ଓ ଢେଙ୍କାନାଳ।



Powered by Froala Editor