ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସାମାନ୍ୟ ହ୍ରାସ ପାଇ ୨୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨.୫ ହଜାରରୁ ସାମାନ୍ୟ ଅଧିକ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୧୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୧୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୯,୭୬୧ରେ ପହଞ୍ଚିଛି।ସେହିପରି, ମହାରାଷ୍ଟ୍ର ଓ ଉତ୍ତରପ୍ରଦେଶରେ ଗୋଟିଏ ଲେଖାଁଏ ମୃତ୍ୟୁ ଓ ପିଛିଲା ଭାବେ କେରଳର ୨ଜଣଙ୍କ ମୃତ୍ୟୁ ସାମିଲ କରାଯିବାରୁ ଗତ ୨୪ ଘଣ୍ଟାରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୧୮ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୬,୫୩୪। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୦୯ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।
Powered by Froala Editor
