ଭୁବନେଶ୍ୱର:ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ସାଧାରଣ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଶେଷ ହୋଇଛି । ସୋମବାର ପ୍ରଥମ ପର୍ଯ୍ୟାୟ ବିଧାନସଭା ଆସନ ପାଇଁ ୨୦୭ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ଲୋକସଭା ଆସନ ପାଇଁ ୨୨ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ପ୍ରଥମ ପର୍ଯ୍ୟାୟ ବିଧାନସଭା ଆସନ ପାଇଁ ସର୍ବମୋଟ ୨୪୫ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଏବଂ ୪ଗୋଟି ଲୋକସଭା ଆସନ ପାଇଁ ସର୍ବମୋଟ ୩୦ ଜଣ ପ୍ରାର୍ଥୀ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେହିପରି ଦ୍ୱିତୀୟ ପର୍ଯ୍ୟାୟ ମତଦାନ ନିମନ୍ତେ ବିଧାନସଭା ପାଇଁ ଆଜି ୮୭ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଏବଂ ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ଆସନ ପାଇଁ ଆଜି ୧୭ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଆଜି ସୁଦ୍ଧା ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ୯୬ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ଲୋକସଭା ନିର୍ବାଚନ ପାଇଁ ୨୧ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି
