କଟକ : କଟକ ଏସ୍ସିବି ମେଡିକାଲରେ ପୁଣି ଅଗ୍ନିକାଣ୍ଡ ଘଟିଛି। ମେଡିକାଲର ରେକର୍ଡ ସେକ୍ସନରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି। ସୋମବାର ବିଳମ୍ବିତ ରାତିରେ ନିଆଁ ଲାଗିବାରୁ ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ପୋଡି ଯାଇଥିବା ସୂଚନା ମିଳିଛି। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।
