ସମ୍ବଲପୁର ଜିଲ୍ଲା ସଦର ରେଞ୍ଜ ଅନ୍ତର୍ଗତ ଇଚ୍ଛାପାଳ ଜଙ୍ଗଲ ଭିତରେ ଆଜି ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି। ବିଦ୍ୟୁତ ଆଘାତ କିମ୍ବା ଶିକାରୀଙ୍କ ଦ୍ୱାରା ହାତୀଟିର ମୃତ୍ୟୁ ହୋଇଛି, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ଖବର ପାଇ ବନ ବିଭାଗ କର୍ମଚାରୀ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ହାତୀ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ସୂଚନା ମିଳିଛି।
