ଗୁଜୁରାଟ ସୁରତରୁ ଓଡ଼ିଶା ଅଭିମୁଖେ ବାହାରିଲା 4ଟି ବସ୍। ପ୍ରତି ବସ୍ରେ 50ରୁ ଅଧିକ ଯାତ୍ରୀଙ୍କୁ ଧରି ଗାଡି ଛାଡିଲା। ଯାତ୍ରୀ ଓ ବସ୍ଙ୍କୁ ଯିବାକୁ ଅନୁମତି ଦେଲା ସ୍ଥାନୀୟ ପ୍ରଶାସନ। ଯାତ୍ରୀମାନେ ନିଜ ଖର୍ଚ୍ଚରେ ବସ୍ ରିଜର୍ଭ କରି ଆସୁଥିବା ସୂଚନା ମିଳିଛି । ସମସ୍ତ ଯାତ୍ରୀ ଗଞ୍ଜାମ ଜିଲ୍ଲାକୁ ଆସୁଥିବା ସୂଚନା ରହିଛି। ମିଳିଥିବା ସୂଚନା ଅନୁସାରେ ଓଡ଼ିଶା ଫେରିବାକୁ ଚାହୁଁଥିବା ସମସ୍ତ ବ୍ୟକ୍ତିମାନଙ୍କର ପଞ୍ଜିକରଣ ବାଧ୍ୟତାମୂଳକ କରାଯାଇଛି। ଏଥିପାଇଁ ଆବଶ୍ୟକୀୟ ବ୍ୟବସ୍ଥା କରାଯାଇଛି, ଯେପରିକି ଓଡ଼ିଶାରେ ପହଞ୍ଚିବା ପରେ ସେମାନେ କ୍ୱାରେଣ୍ଟାଇନରେ ରହିବା ସହ ଅନ୍ୟାନ୍ୟ ସୁବିଧା ମଧ୍ୟ ପାଇପାରିବେ।
