ଆଜି ପ୍ରସିଦ୍ଧ ସ୍ନାନପୂର୍ଣ୍ଣିମା | ମହାପ୍ରଭୁ ଶ୍ରୀଜୀଉଙ୍କ ଶ୍ରୀକ୍ଷେତ୍ରରେ ସ୍ନାନଯାତ୍ରା ଅନୁଷ୍ଠିତ ହେଉଛି । ବିଳମ୍ବିତ ରାତିରୁ ପହଣ୍ଡିରେ ଚତୁର୍ଧା ମୂର୍ତି ସ୍ନାନମଣ୍ଡପକୁ ଆସିଛନ୍ତି । ପରବର୍ତୀ ନୀତିରେ ସକାଳ ୭ଟା ୩୦ରୁ ୯ଟା ୩୦ ମଧ୍ୟରେ – ଜଳବିଜେ ଓ ସ୍ନାନନୀତି ଅନୁଷ୍ଠିତ ହେବ । ସକାଳ ୧୦ଟା ୩୦ରେ ଛେରାପହଁରା ନୀତି ହେବ । ଏହା ପରେ ଦିନ ୧୧ଟାରୁ ଦିନ ୧୨ଟା ମଧ୍ୟରେ ଅନୁଷ୍ଠିତ ହେବ ଶ୍ରୀଜିଉ ହାତୀ ବେଶରେ ଦର୍ଶନ ଦେବେ । ପରେ ସଂଧ୍ୟା ୫ଟାରୁ ରାତି ୮ଟା ପର୍ଯ୍ୟନ୍ତ ବାହୁଡ଼ା ପହଣ୍ଡି ଚାଲିବ ଏବଂ ଶ୍ରୀଜିଉ ଅଣସର ପିଣ୍ଡିକୁ ଯିବେ । ତେବେ ଚଳିତ ବର୍ଷ କରୋନା କଟକଣା ଯୋଗୁଁ କୌଣସି ଧାର୍ମିକ ସମାବେଶ ଅନୁଷ୍ଠିତ ହେଉ ନାହିଁ । ଫଳରେ ବିନା ଭକ୍ତରେ ଏହି ସ୍ନାନଯାତ୍ରା ଅନୁଷ୍ଠିତ ହେଉଛି । ପୁରୀ ବଡଦାଣ୍ଡରେ ପୋଲିସ ପକ୍ଷରୁ ୧୪୪ ଧାରା ଲାଗୁ କରାଯାଇଛି । ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।
